ପାଟଣାଗଡ଼ରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ, ଏହା ପଛରେ ଥିବା ବ୍ୟକ୍ତିଙ୍କ ଉପରେ ନିଆଯିବ କାର୍ଯ୍ୟାନୁଷ୍ଠାନ

Published By : Prameya-News7 Bureau | April 15, 2025 IST

ଭୁବନେଶ୍ୱର ୧ବଲାଙ୍ଗିର ଜିଲ୍ଲାର ପାଟଣାଗଡ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଏହି ଘଟଣାର ତୀବ୍ର ନିନ୍ଦା କରିଛନ୍ତି ।

ଏ ଘଟଣାରେ ସଂପୃକ୍ତ ଥିବା ବ୍ୟକ୍ତି ନିଶ୍ଚିତ ଭାବରେ ଜଣେ ହୀନ ଓ ରୁଗ୍‍ଣ ମାନସିକତାର ବ୍ୟକ୍ତି ହୋଇଥିବେ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏ ଘଟଣାରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଛି । ବର୍ତ୍ତମାନ ସୁଦ୍ଧା ଏ ଘଟଣାରେ ଜଣେ ବ୍ୟକ୍ତି ଗିରଫ ମଧ୍ୟ ହୋଇ ସାରିଛନ୍ତି । ଯଦି ଏହି ଘଟଣା ପଛରେ କିଛି ଷଡ଼ଯନ୍ତ୍ର ଥାଏ, ତେବେ ଏହାର ମଧ୍ୟ  ପର୍ଦ୍ଦାଫାସ୍ କରିବାକୁ ମୁଖ୍ୟମନ୍ତ୍ରୀ ଦୃଢ଼ ନିର୍ଦ୍ଦେଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ସମସ୍ତ ବରପୁତ୍ରଙ୍କୁ ରାଜ୍ୟ ସରକାର ସମ୍ମାନ ଦେବାରେ ବିଶ୍ୱାସ କରନ୍ତି ଓ ପୂଜ୍ୟପୂଜା ପାଇଁ ସମସ୍ତ ପଦକ୍ଷେପ ନେଇ ଆସୁଛନ୍ତି । ବିଜୁବାବୁଙ୍କ ପ୍ରତି ତାଙ୍କର ବ୍ୟକ୍ତିଗତ ଭାବେ ଗଭୀର ସମ୍ମାନ ରହି ଆସିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ନିକଟରେ ମାର୍ଚ୍ଚ ୫ ତାରିଖରେ ବିଜୁବାବୁଙ୍କ ଜୟନ୍ତୀକୁ ରାଜ୍ୟ ସ୍ତରରେ ବିପୁଳ ଉତ୍ସାହର ସହ ପାଳନ କରାଯାଇଥିଲା । ସେଥିରେ ସେ ନିଜେ ଯୋଗ ଦେଇ ବିଜୁବାବୁଙ୍କ ସ୍ମୃତିଚାରଣ କରିଥିଲେ । ବିଜୁବାବୁଙ୍କ ଶ୍ରାଦ୍ଧ ଦିବସ ମଧ୍ୟ ଏପ୍ରିଲ ୧୭ ତାରିଖରେ ପାଳନ କରାଯିବ ।

You Can Read:

ପୂର୍ବତନ ବିଧାୟକ ନିଜ କର୍ମକୁ ଘୋଡାଇବାକୁ ଯାଇ ଅଭିଯୋଗ କରୁଛନ୍ତି : ଧର୍ମଶାଳା ବିଧାୟକ

 

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.