ଭୁବନେଶ୍ୱର୧୬।୩: କଟକ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଥିବା ଅଗ୍ନିକାଣ୍ଡ ଘଟଣା ଦୁର୍ଭାଗ୍ୟଜନକ । ଏଥିପାଇଁ ହୋଇଥିବା ରୋଗୀଙ୍କ ମୃତ୍ୟୁର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଫ୍ୟାକ୍ଟ ଫାଇଣ୍ଡିଙ୍ଗ୍ ଟିମ୍ ଗଠନ କରିଛନ୍ତି । କେଉଁ କାରଣରୁ ଏଭଳି ଦୁର୍ଭାଗ୍ୟଜନକ ଅଗ୍ନିକାଣ୍ଡ ଘଟିଲା ଏହି ଟିମ୍ ତାହାର ଅନୁସନ୍ଧାନ କରିବ ।

ଏ ଖବର ବି ପଢ଼ନ୍ତୁ:- SCB ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ, ମୃତକଙ୍କ ପରିବାରକୁ ୨୫ ଲକ୍ଷ ଲେଖାଏଁ ସହାୟତା

ଉନ୍ନୟନ କମିଶନର ଦେଓରଞ୍ଜନ କୁମାର ସିଂହଙ୍କୁ ଏହି କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତି କରାଯାଇଛି । ଏହାର ସଦସ୍ୟ ମାନେ ହେଲେ ଅଗ୍ନିଶମ ବିଭାଗର ଆଇଜି ଡଃ ଉମାଶଙ୍କର ଦାଶଚିଫ୍ ଇଲେକ୍ଟ୍ରିକାଲ ଇନସ୍ପେକ୍ଟର ତଥା ଇଆଇସି ବରଦା ପ୍ରସନ୍ନ ଦାଶସହରାଞ୍ଚଳ ଜନସ୍ୱାସ୍ଥ୍ୟ ବିଭାଗର ଇଆଇସି ବିରଞ୍ଚି ନାରାୟଣ ପ୍ରଧାନଚିଫ ଇଞ୍ଜିନିୟର ବିଲ୍ଡିଂ ପ୍ରିୟବ୍ରତ ସାମନ୍ତରାୟ ଏବଂ ମେଡିକାଲ ଏଜୁକେଶନ ଓ ଟ୍ରେନିଂ ନିର୍ଦ୍ଦେଶକ ପ୍ରଫେସର (ଡକ୍ଟର) ସନ୍ତୋଷ କୁମାର ମିଶ୍ର । ଏହି କମିଟି ଏସ୍‌ସିବ୍ ମେଡିକାଲ କଲେଜ ଓ ହସ୍ପିଟାଲ ପରିଦର୍ଶନ କରି ସୋମବାର ସନ୍ଧ୍ୟା ସୁଦ୍ଧା ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ ପ୍ରଦାନ କରିବେ ।

 ଖବର ବି ପଢ଼ନ୍ତୁ:- SCB ପିଛା ଛାଡ଼ୁନି ନିଆଁ ! ଟ୍ରମା କେୟାର ଆଇସିୟୁ ପରେ ନ୍ୟୁ ମେଡିସିନ ୱାର୍ଡରେ ଅଗ୍ନିକାଣ୍ଡ

ଉଲ୍ଲେଖଯୋଗ୍ୟ ଯେ, ପୂର୍ବରୁ ରବିବାର ବିଳମ୍ବିତ ରାତିରେ କଟକ ଏସ୍‌ସିବି ମେଡିକାଲ ଟ୍ରମା କେୟାର ଆଇସିୟୁରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା । ଏହି ଅଗ୍ନିକାଣ୍ଡରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଲୋକ ଗୁରୁତର ହୋଇଛନ୍ତି । ତେବେ ଏତେ ବଡ଼ ଅଗ୍ନିକାଣ୍ଡ ପରେ ମୁଖ୍ୟମନ୍ତ୍ରୀ କିଛି ବରିଷ୍ଠ ଅଧିକାରୀଙ୍କ ସହିତ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ । ଏହାସହ ମୃତାହତଙ୍କ ସଂପର୍କରେ ସମସ୍ତ ତଥ୍ୟ ସଂଗ୍ରହ କରିଥିଲେ । ଏପରିକି ମୃତାହତଙ୍କ ସଂପର୍କୀୟଙ୍କୁ ଭେଟି ସମବେଦନା ଜଣାଇଥିଲେ । ତେବେ ଗୁରୁତରଙ୍କୁ ଉତ୍ତମ ଚିକିତ୍ସା ଦେବାଲାଗି ନିର୍ଦ୍ଦେଶ ଦେବା ସହ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ଆଦେଶ ଦେଇଥିଲେ । ଏହାସହିତ ମୃତକଙ୍କ ପରିବାରକୁ CMRFରୁ ୨୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି ।​​​​​​​ ସେହିଭଳି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଘଟଣାକୁ ନେଇ ଶୋକବ୍ୟକ୍ତ କରିଛନ୍ତି । ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ । ଆହତ ମାନଙ୍କୁ ୫୦,୦୦୦ ଟଙ୍କା ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ।