ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜରେ ବେଲ୍ ବଜାଇଲେ ମୁଖ୍ୟମନ୍ତ୍ରୀ, BSE ଅଧ୍ୟକ୍ଷ ଏସ.ଏସ ମୁନ୍ଦ୍ରାଙ୍କ ସହ ସାକ୍ଷାତ ଓ ଆଲୋଚନା
15/09/2022 at 2:52 PM

ମୁମ୍ବାଇ ୧୫।୦୯ : ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ କାର୍ଯ୍ୟାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। BSE ଅଧ୍ୟକ୍ଷ ଏସ.ଏସ ମୁନ୍ଦ୍ରାଙ୍କୁ ସାକ୍ଷାତ କରିବା ସହ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜରେ ବେଲ୍ ବଜାଇଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ସକାଳ ୧୦ଟା ୫୯ରେ ଓପନିଂ ବେଲ୍ ବଜାଇଛନ୍ତି ମୁଖ୍ୟମନ୍ତ୍ରୀ। ଓପନିଂ ବେଲ୍ ରିଂ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବେଲ୍ ବଜାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ତେବେ ଦଲାଲ ଷ୍ଟ୍ରିଟରେ ଥିବା ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜକୁ ନବୀନଙ୍କର ଏହା ଥିଲା ପ୍ରଥମ ଗସ୍ତ । ସାଧାରଣତଃ ଷ୍ଟକ୍ ଏକ୍ସଚେଞ୍ଜରେ କୌଣସି କଂପାନୀର ଲିଷ୍ଟିଂ ହେଲେ କିମ୍ବା IPO ଇସ୍ୟୁ ହେଲେ କଂପାନୀର କର୍ମକର୍ତ୍ତା ଓ ପ୍ରମୋଟର ବେଲ ରିଂ କରିଥାନ୍ତି । ଏହାସହ କୌଣସି ବିଶିଷ୍ଟ ବ୍ୟକ୍ତିଙ୍କୁ ବିଏସଇ ବେଲ୍ ବଜାଇ ସ୍ୱାଗତ କରିଥାଏ । ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜରେ ଓଡ଼ିଶାର କୌଣସି ମୁଖ୍ୟମନ୍ତ୍ରୀ ବେଲ୍ ବଜାଇବାରେ ନବୀନ ହେଉଛନ୍ତି ପ୍ରଥମ।