oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌, ଓଡିଶା ଗ୍ରାମ୍ୟବ୍ୟାଙ୍କର ମ୍ୟାନେଜର ମୃତ, ଗୁରୁତର ଡାକ୍ତରଖାନାରେ ଭର୍ତ୍ତି
  • ||
  • ଭଦ୍ରକ ଜିଲ୍ଲାପାଳ କାର୍ଯ୍ୟାଳୟରୁ ସୂଚନା, ଧାମନଗର ଉପନିର୍ବାଚନ ପାଇଁ ଲାଗୁ ହେଲା ଆଦର୍ଶ ଆଚରଣ ବିଧି
  • ||
  • ଅଗ୍ନିଶ୍ଵର ମନ୍ଦିର ଉପରେ ଚଢ଼ିଗଲେ ପୂଜକ, ସିଂହଦ୍ୱାର ଥାନାରେ ଅଟକ ରଖିଲା ପୋଲିସ୍‌
  • ||
  • ଅରୁଣାଚଳ ପ୍ରଦେଶ: ତଓ୍ୱାଙ୍ଗରେ ସେନା ହେଲିକପ୍ଟର କ୍ରାସ୍, ପାଇଲଟଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୮ କୋଭିଡ୍ ପଜିଟିଭ୍
  • ||
  • ବୌଦ୍ଧ : ଲୁଗା ଶୁଖାଇବା ହେଲା କାଳ, ବିଦ୍ୟୁତ ଆଘାତରେ ଚାଲିଗଲା ତିନିଜଣଙ୍କ ଜୀବନ
  • ||
  • ଲଘୁଚାପ ପ୍ରଭାବରେ ଭିଜୁଛି ସାରା ରାଜ୍ୟ, ଭଦ୍ରକରେ ରେକର୍ଡ ସଂଖ୍ୟକ ବର୍ଷା
  • ||
  • ବାରାମୁଲ୍ଲାରେ ଶୋପିଆନ୍‌ରେ ଏନକାଉଣ୍ଟର: ୩ ଆତଙ୍କବାଦୀ ନିପାତ, ମୁଲୁରେ କମ୍ୱିଂ ଜାରି
  • ||

BSKYରେ ସାମିଲ ହେଲା ସୁବର୍ଣ୍ଣପୁର : ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ଭେଟି ଦେଲେ ୩୦୦ କୋଟି ଟଙ୍କାର ପ୍ରକଳ୍ପ

25/11/2021 at 1:22 PM

ସୁବର୍ଣ୍ଣପୁର ୨୫।୧୧: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ ହେଲା ସୁବର୍ଣ୍ଣପୁର ଜିଲ୍ଲା । ସୁବର୍ଣ୍ଣପୁରରେ BSKY ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭର୍ଚୁଆଲରେ ମୁଖ୍ୟମନ୍ତ୍ରୀ ଏହାର ଶୁଭାରମ୍ଭ କରିଛନ୍ତି । ଏହାଦ୍ବାରା ଜିଲ୍ଲାର ୧ ଲକ୍ଷ ୫୩ ହଜାର ହିତାଧିକାରୀ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହାସହ ସୁବର୍ଣ୍ଣପୁର ପାଇଁ ୩୦୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି ନବୀନ ।

ଭର୍ଚୁଆଲ ମଧ୍ୟମରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଜିଲ୍ଲାର ୧ ଲକ୍ଷ ୫୩ ହଜାର ୯ ଶହ ୨ ଜଣ ହିତାଧିକାରୀ ଯୋଗ୍ୟ ବିବେଚିତ ହୋଇଛନ୍ତି । ଏନେଇ ଜିଲ୍ଲା ସଦର ମହକୁମା କୁଞ୍ଜ ଛକଠାରେ ନବ ନିର୍ମିତ ଟାଉନ ହଲରେ ଏକ ଭବ୍ୟ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏଥିରେ ଜିଲ୍ଲାର ଦୁଇ ମନ୍ତ୍ରୀ ରାଜ୍ୟ ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଏବଂ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଉପସ୍ଥିତ ରହି ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି ।

ଏହାସହ ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶୁଭ ଉଦଘାଟନ ସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ହୋଇଛି ।  ୭୯ କୋଟି ୨୨ ଲକ୍ଷ ୧୩ ହଜାର ଟଙ୍କାର ୬୭ଟି ପ୍ରକଳ୍ପର ଶୁଭ ଉଦଘାଟନ ସହ ୧୪୮କୋଟି ୪ ଲକ୍ଷ ୮୨ ହଜାର ଟଙ୍କାର ନୂତନ ପ୍ରକଳ୍ପର ଶିଳାନ୍ୟାସ କରାଯାଇଛି ।

   Related Posts