ସୁନାବେଡ଼ା ଦୁର୍ଘଟଣାରେ ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା, ଆହତଙ୍କୁ ମାଗଣାରେ ଚିକିତ୍ସା

Published By : Prameya-News7 Bureau | July 20, 2025 IST

ଭୁବନେଶ୍ୱର ୨୦।୦୭ : ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ । କୋରାପୁଟରେ ସୁନାବେଡ଼ାରେ ଘଟିଥିବା ଦୁର୍ଘଟଣାରେ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ଟଙ୍କାର ସହାୟତା ସହ ଆହତଙ୍କ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । 

ଖବର ଅନୁଯାୟୀ, କୋରାପୁଟ ଜିଲ୍ଲା ସୁନାବେଡ଼ା ଥାନା ହାଲ୍‌ ଗେଷ୍ଟ ହାଉସ୍‌ ନିକଟରେ ଦୁଇଟି କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଯାହାଫଳରେ କାର୍‌ରେ ଥିବା ଲୋକଙ୍କ ମଧ୍ୟରୁ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ତିନି ଜଣଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ବାକି ଆଉ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିଲା । ବାକି କିଛି ଲୋକ ଆହତ ଥିବା ଜଣାପଡିଛି । ତେବେ ଦୁର୍ଘଟଣା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ମୃତାହତଙ୍କ ପରିବାର ପ୍ରତି ସହାୟତା ଘୋଷଣା କରିଛନ୍ତି । ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ଟଙ୍କାର ସହାୟତା ଘୋଷଣା କରିଥିବା ବେଳେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏହାସହ ସେମାନଙ୍କ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.