ବ୍ରହ୍ମପୁର ୨୩।୧୧ : ଗଞ୍ଜାମ ଗସ୍ତରେ ମୁଖ୍ୟମନ୍ତ୍ରୀ । ବାତ୍ୟା କ୍ଷୟକ୍ଷତିର ସମୀକ୍ଷା ପାଇଁ ଗଞ୍ଜାମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ଓ ରାଜସ୍ୱ ମନ୍ତ୍ରୀ ଉପସ୍ଥିତ ରହିଛନ୍ତି। ବାତ୍ୟା ପ୍ରଭାବରେ ଗଞ୍ଜାମ ଜିଲ୍ଲାରେ ହୋଇଥିବା କ୍ଷୟକ୍ଷତି ଓ ଜନଜୀବନର ସ୍ଥିତି ଅନୁଧ୍ୟାନ କରିବା ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତର ମୁଖ୍ୟ ଉଦ୍ଦେଶ୍ୟ।