ଶରଧାବାଲିରେ ଦଳାଚକଟା ଘଟଣା : ‘ମୁଁ ଏବଂ ମୋ ସରକାର ସମସ୍ତ ଜଗନ୍ନାଥପ୍ରେମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରୁଛୁ’

Published By : Prameya-News7 Bureau | June 29, 2025 IST

ଭୁବନେଶ୍ବର ୨୯।୬: ପୁରୀ ଶରଧାବାଲିରେ ଦଳାଚକଟାରେ ୩ ଜଣଙ୍କର ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଜଗନ୍ନାଥପ୍ରେମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରିଛନ୍ତି ମୁଖ୍ୟମନ୍ତ୍ରୀ । 



ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ଜରିଆରେ ମୁଖ୍ୟମନ୍ତ୍ରୀ ଶୋକବ୍ୟକ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଶରଧାବାଲିରେ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଭକ୍ତମାନଙ୍କ ମଧ୍ୟରେ ପ୍ରବଳ ଉତ୍କଣ୍ଠା ଜନିତ ଠେଲାପେଲା କାରଣରୁ ଘଟିଥିବା ଅଘଟଣ ପାଇଁ ବ୍ୟକ୍ତିଗତ ଭାବେ ମୁଁ ଏବଂ ମୋ ସରକାର ସମସ୍ତ ଜଗନ୍ନାଥପ୍ରେମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରୁଛୁ । ଯେଉଁ ଭକ୍ତମାନଙ୍କର ଜୀବନଦୀପ ଶରଧାବାଲିରେ ଲିଭିଯାଇଛି ସେମାନଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଏହିଭଳି ଏକ ଦାରୁଣ ଦୁଃଖକୁ ସହିବା ନିମନ୍ତେ ଶକ୍ତି ଦେବା ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି । ଏହି ଅବହେଳା ଅକ୍ଷମଣୀୟ । ସୁରକ୍ଷା ଅବହେଳାର ତୁରନ୍ତ ତଦନ୍ତ କରାଯିବ ଏବଂ ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବାକୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦେଇଛି ।

You Can Read:

ଶରଧାବାଲିରେ ଦଳାଚକଟା ଘଟଣାରେ ନବୀନଙ୍କ ପ୍ରତିକ୍ରିୟା, କହିଲେ- ଭିଡ଼ ନିୟନ୍ତ୍ରଣ ପାଇଁ ସଠିକ୍ ବ୍ୟବସ୍ଥା ନଥିଲା

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.