ପୁରୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ କରିଲେ ଦର୍ଶନ

Published By : Prameya-News7 Bureau | April 13, 2025 IST

ପୁରୀ ୧୩।୦୪ : ଶ୍ରୀମନ୍ଦିରରେ ମୁଖ୍ୟମନ୍ତ୍ରୀ । ରବିବାର ସକାଳୁ ସକାଳୁ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରି ଆଶିଷ ଲାଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ସମୟରେ ପୁରୀ ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଥିଲେ । 

ଖବର ଅନୁଯାୟୀ, ରବିବାର ସକାଳୁ ଶ୍ରୀମନ୍ଦିରରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶ୍ରୀମନ୍ଦିର ସିଂହଦ୍ଵାର ଠାରେ ପହଞ୍ଚିବା ପରେ ଶ୍ରୀମନ୍ଦିର ପ୍ରଶାସନ ଓ ସେବାୟତଙ୍କ ପକ୍ଷରୁ ସ୍ବାଗତ କରାଯାଇଥିଲା । ପ୍ରଥମେ ଚତୁର୍ଦ୍ଧାବିଗ୍ରହଙ୍କୁ ଦର୍ଶନ ସହ ଆଶିଷ ଲାଭ ପାଇଁ କରିଛନ୍ତି ମୁଖ୍ୟମନ୍ତ୍ରୀ। ତେବେ ମହାପ୍ରଭୁଙ୍କ ଦର୍ଶନ ସହିତ ଅନ୍ୟାନ୍ୟ ପାର୍ଶ୍ଵ ଦେବଦେବୀଙ୍କୁ ମଧ୍ୟ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ।  ଏହି ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଓ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ପ୍ରମୁଖ ଉପସ୍ଥିତ ରହିଥିଲେ । ତେବେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।  

  • CM Mohan Majhi
  • prameyanews7
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.