LIVE TV

ଜେ.ପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ରାଜନୈତିକ ପରିସ୍ଥିତି ଓ ଆଗାମୀ କାର୍ଯ୍ୟପନ୍ଥା ନେଇ ଆଲୋଚନା

NEWS7
nadda-mohan

ଭୁବନେଶ୍ୱର ୦୪/୧୦: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଭେଟିଲେ ସିଏମ୍‌ । ଦିଲ୍ଲୀରେ ନଡ୍ଡାଙ୍କୁ ସାକ୍ଷାତ କଲେ ମୋହନ ଚରଣ ମାଝୀ । ସାଙ୍ଗଠନିକ ବିଷୟରେ ଆଲୋଚନା ହୋଇଥିବା କହିଲେ ସିଏମ୍‌ । ଏହାସହ ରାଜନୈତିକ ପରିସ୍ଥିତି ଓ ଆଗାମୀ କାର୍ଯ୍ୟପନ୍ଥା ନେଇ ଆଲୋଚନା ହୋଇଛି । 

ସୂଚନା ଥାଉକି, ନୂଆଦିଲ୍ଲୀରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ଜେପି ନଡ୍ଡା ଜୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ଏହି ସାକ୍ଷାତକାର ସମୟରେ ବିଭିନ୍ନ ସାଙ୍ଗଠନିକ ବିଷୟ, ରାଜନୈତିକ ପରିସ୍ଥିତି ଓ ଭବିଷ୍ୟତର କାର୍ଯ୍ୟପନ୍ଥା ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା । ମାନନୀୟ ନଡ୍ଡା ଜୀଙ୍କ ଦୃଷ୍ଟିଭଙ୍ଗୀ ଓ ପରାମର୍ଶ ଆମକୁ ଆଗାମୀ ଦିନରେ ଅଧିକ ସକ୍ରିୟ ଭାବରେ କାର୍ଯ୍ୟ କରିବା ପାଇଁ ପ୍ରେରିତ କରିବ ବୋଲି ମୋହନ ଚରଣ ମାଝି ନିଜ ‘x’ ପେଜ୍‌ରେ ଲେଖିଛନ୍ତି । 
​​​​​​

ସେହିପରି ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନଙ୍କୁ ଭେଟିଛନ୍ତି​​​​ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ଆଦିଲ୍ଲୀରେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ ମୋହନ । ଏହି ଅବସରରେ ରାଜ୍ୟରେ ଆମ ସରକାରଙ୍କ ବିକାଶମୂଳକ କାର୍ଯ୍ୟ, ଜନକଲ୍ୟାଣ ଯୋଜନା ଓ ଭବିଷ୍ୟତ କାର୍ଯ୍ୟପନ୍ଥା ଉପରେ ଆଲୋଚନା କରିଛନ୍ତି । ଉପରାଷ୍ଟ୍ରପତିଙ୍କୁ 'ଓଡ଼ିଶା ଭିଜନ୍ ୨୦୩୬ । ୨୦୪୭' ପ୍ରଦାନ କରି ରାଜ୍ୟର ଦୀର୍ଘମିଆଦୀ ଲକ୍ଷ୍ୟ ସମ୍ପର୍କରେ ଅବଗତ କଲେ ମୁଖ୍ୟମନ୍ତ୍ରୀ । ତାଙ୍କର ପ୍ରେରଣା ଓ ମାର୍ଗଦର୍ଶନ ପାଇଁ କୃତଜ୍ଞ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।