ଭୁବନେଶ୍ୱର ୧୭।୦୯ : ଆଜି ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୬ତମ ଜନ୍ମଦିବସ। ଏହି ଅବସରରେ ସାରା ଦେଶରେ ଜଳିବ ଆଶୀର୍ବାଦ ଦୀପ। ତେବେ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ସୋସିଆଲ୍ ମିଡିଆରେ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ବିକଶିତ ଭାରତର ସ୍ୱପ୍ନଦ୍ରଷ୍ଟା, ପ୍ରେରଣାଦାୟୀ ନେତୃତ୍ୱ ଓ କୋଟି କୋଟି ଭାରତୀୟଙ୍କ ସ୍ୱାଭିମାନର ପ୍ରତୀକ, ଯଶସ୍ୱୀ ପ୍ରଧାନମନ୍ତ୍ରୀ ମୋଦିଙ୍କର ଯୁଗାନ୍ତକାରୀ ଦିଗଦର୍ଶନ ଓ ଓଡ଼ିଶା ପ୍ରତି ଅତୁଟ ସ୍ନେହ ଆମକୁ ଏକ ସଶକ୍ତ, ଆତ୍ମନିର୍ଭର ତଥା ସମୃଦ୍ଧ ଓଡ଼ିଶା ଗଠନ ପାଇଁ ନୂତନ ଶକ୍ତି ଯୋଗାଉଛି। ତାଙ୍କର ଏହି କର୍ମଯୋଗୀ ଜୀବନ ଆମକୁ ଜନକଲ୍ୟାଣ ଓ ସେବା ସଂକଳ୍ପରେ ଆଗେଇ ନେବାକୁ ସଦା ପ୍ରେରଣା ଦେଉ। ମହାପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କୁ ଦୀର୍ଘାୟୁ, ନିରାମୟ ଜୀବନ ଏବଂ ରାଷ୍ଟ୍ରସେବା ପାଇଁ ଅପାର ଶକ୍ତି ପ୍ରଦାନ କରନ୍ତୁ।