‘ଗାର୍ଡ ଅଫ୍ ଅନର’ ବ୍ୟବସ୍ଥା ଉଚ୍ଛେଦ କରିବାକୁ ନିର୍ଦ୍ଦେଶ

Published By : Prameya-News7 Bureau | August 14, 2019 IST

ଭୁବନେଶ୍ବର ୧୪|୮: ରାଜ୍ୟରେ ପ୍ରଚଳିତ ହେଉଥିବା ‘ଗାର୍ଡ ଅଫ୍‌ ଅନର’ ବ୍ୟବସ୍ଥାକୁ ଉଚ୍ଛେଦ କରିବାକୁ ନିର୍ଦ୍ଦେଶ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଲେ ନିର୍ଦ୍ଦେଶ । କେବଳ ସାଧାରଣତନ୍ତ୍ର ଦିବସ, ସ୍ବାଧୀନତା ଦିବସ ଏବଂ ଉତ୍କଳ ଦିବସ ପାଳନ ଅବସରରେ ନିମନ୍ତ୍ରଣ କରାଯାଇଥିବା ମୁଖ୍ୟ ଅତିଥିମାନଙ୍କୁ ‘ଗାର୍ଡ ଅଫ୍‌ ଅନର’ ଦିଆଯିବ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତିରେ ଘୋଷଣା କରାଯାଇଛି ।

ପୂର୍ବରୁ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ସରକାରୀ ପଦାଧିକାରୀମାନଙ୍କୁ ଗାର୍ଡ ଅଫ୍‌ ଅନର ଦିଆଯାଉଥିଲା । ତେବେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ରାଜ୍ୟପାଳ, ଲୋକାୟୁକ୍ତ, ସୁପ୍ରିମକୋର୍ଟ ଓ ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ କ୍ଷେତ୍ରରେ ଏହା ପୂର୍ବଭଳି ଲାଗୁ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.