ଅରିନ୍ଦମ୍ ଦାସଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, କହିଲେ ‘ଓଡିଶାର ସାମ୍ବାଦିକତା ଜଗତ ପାଇଁ ଅପୂରଣୀୟ କ୍ଷତି’ : ଶୋକ ପ୍ରକାଶ କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

Published By : Prameya-News7 Bureau | September 24, 2021 IST

କଟକ ୨୪।୯: କଟକ ମୁଣ୍ଡଳୀ ବ୍ୟାରେଜରେ ଫସିଥିବା ଦନ୍ତା ହାତୀକୁ ଉଦ୍ଧାର କରିବାକୁ ଓଡ୍ରାଫ୍ ଟିମ୍ ସହ ଯାଇଥିବା ଓଟିଭି ସାମ୍ବାଦିକ ଅରିନ୍ଦମ୍ ଦାସଙ୍କ ଅକାଳ ବିୟୋଗ ଘଟିଛି । ତାଙ୍କ ବିୟୋଗରେ ଗଣମାଧ୍ୟମ ଜଗତରେ ଶୋକର ଛାୟା ଖେଳିଯାଇଛି । ତାଙ୍କ ମୃତ୍ୟୁକୁ ନେଇ ବିଭିନ୍ନ ମହଲରେ ଶୋକ ପ୍ରକାଶ କରାଯାଇଛି । କାର୍ଯ୍ୟରତ ଯୁବ ସାମ୍ବାଦିକ ଅରିନ୍ଦମ୍ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ୍ ଯୋଗେ ଶୋକବ୍ୟକ୍ତ କରିଛନ୍ତି । ଓଡିଶାର ସାମ୍ବାଦିକତା ଜଗତ ପାଇଁ ଏହା ଏକ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା ମଧ୍ୟ କରିଛନ୍ତି ମୁଖ୍ୟମନ୍ତ୍ରୀ ।

wp:html /wp:html

ସେହିଭଳି ସାମ୍ବାଦିକ ଅରିନ୍ଦମ୍ ଦାସଙ୍କ ବିୟୋଗରେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୋକବ୍ୟକ୍ତ କରିଛନ୍ତି । ସେ ଲେଖିଛନ୍ତି, ଓଟିଭିର ଯୁବ ସାମ୍ବାଦିକ ତଥା ମୋର ବନ୍ଧୁ ଅରିନ୍ଦମ୍ ଦାସଙ୍କ ସହ ଏକ ଅଭାବନୀୟ ଘଟଣାରେ ଅକାଳ ବିୟୋଗ ଖବର ଶୁଣି ସେ ବ୍ୟକ୍ତିଗତ ଭାବେ ଦୁଃଖିତ ଓ ମର୍ମାହତ । ସାମାଜିକ ଓ ରାଜନୈତିକ କାର୍ଯ୍ୟକ୍ରମରେ ଅରିନ୍ଦମଙ୍କ ସହ ବହୁ ଥର ଦେଖା ସାକ୍ଷାତ୍ ହୋଇଛି । ବିଭିନ୍ନ ସମୟରେ ଦୁଃସାହାସିକ ରିପୋର୍ଟିଂ କରି ସେ ଓଡ଼ିଆ ଗଣମାଧ୍ୟମରେ ନିଜର ସ୍ବତନ୍ତ୍ର ପରିଚୟ ତିଆରି କରିଥିଲେ । ତାଙ୍କର ଅକାଳ ବିୟୋଗ ଓଡ଼ିଶା ଗଣମାଧ୍ୟମ ଜଗତରେ ଅପୂରଣୀୟ ଶୂନ୍ୟସ୍ଥାନ ତିଆରି କରିଛି । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଧର୍ମେନ୍ଦ୍ର ସମବେଦନା ଜଣାଇଛନ୍ତି । ମହାପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ ବୋଲି ଧର୍ମେନ୍ଦ୍ର ଲେଖିଛନ୍ତି ।

wp:html /wp:html

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.