ଭୁବନେଶ୍ବର ୩୦।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପୂର୍ବାହ୍ନରେ ଭୁବନେଶ୍ୱର ସମ୍ ଅଲ୍ଟିମେଟ୍ ହସ୍ପିଟାଲକୁ ଯାଇ ସେଠାରେ ଚିକିତ୍ସିତ ହେଉଥିବା ପୁରୀର ବାଣ ଦୁର୍ଘଟଣାର ଆହତମାନଙ୍କୁ ଭେଟିଥିଲେ । ସେମାନଙ୍କର ଚିକିତ୍ସା ବ୍ୟବସ୍ଥାରେ ରହିଥିବା ମୁଖ୍ୟ ଡାକ୍ତରମାନଙ୍କ ସହିତ ଆଲୋଚନା କରିଥିଲେ ଏବଂ ସେମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବା ପାଇଁ ପରାମର୍ଶ ଦେଇଥିଲେ । ପରେ ମୁଖ୍ୟମନ୍ତ୍ରୀ ଆହତମାନଙ୍କ ପରିବାରବର୍ଗଙ୍କୁ ଭେଟିଥିଲେ ଏବଂ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ।
ପୁରୀ ବାଣ ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଅତିରିକ୍ତ ମୁଖ୍ୟ ଶାସନ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ତଥା ସ୍ୱତନ୍ତ୍ର ରିଲିଫ୍ କମିଶନର ଏହି ତଦନ୍ତ କରିବେ ।
ଦୁର୍ଘଟଣାରେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
ବୁଧବାର ପୁରୀ ବାଣ ଦୁର୍ଘଟଣାରେ ଆହତମାନଙ୍କ ଚିକିତ୍ସା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ବହନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।
ସୂଚନାଯୋଗ୍ୟ ଯେ, ଏହି ବାଣ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ ଜଣ ଆହତ ହୋଇଛନ୍ତି ।
You Can Read :