ସଡକ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ, ମୃତକଙ୍କ ଆତ୍ମୀୟଙ୍କ ପାଇଁ ୨ ଲକ୍ଷ ଟଙ୍କାର ସହାୟତା

Published By : Prameya-News7 Bureau | July 12, 2022 IST

ଭୁବନେଶ୍ବର ୧୨: ବଲାଙ୍ଗୀର-ସୋନପୁର ରୋଡ଼ର ବଡ଼ବାହାଲୀ ଛକ ନିକଟରେ ସଡ଼କ ଦୁର୍ଘଟଣାରେ ୩ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ବଡ଼ବାହାଲୀଠାରେ ଘଟିଥିବା ଏହି ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୩ ଜଣ ମଧ୍ୟ ଆହତ ହୋଇଛନ୍ତି । ଆହତମାନଙ୍କୁ ତୁରନ୍ତ ମାଗଣାରେ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଏହାସହ ପ୍ରତ୍ୟେକ ମୃତକଙ୍କ ନିକଟତମ ଆତ୍ମୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କ ପରିବାରର ସଦସ୍ୟମାନଙ୍କ ପ୍ରତି ଗଭୀର ସମବେଦନା ପ୍ରକାଶ କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.