oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଉଠାଦୋକାନୀଙ୍କୁ ସାହାଯ୍ୟର ହାତ ବଢାଇଲେ ମୁଖ୍ୟମନ୍ତ୍ରୀ, ୩ ହଜାର ଟଙ୍କା ସ୍ବତନ୍ତ୍ର କୋଭିଡ୍ ସହାୟତା

24/12/2021 at 1:01 PM

ଭୁବନେଶ୍ବର ୨୪।୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରାଜ୍ୟର ୧୧୪ଟି ସହରାଞ୍ଚଳର ୧ ଲକ୍ଷ ୧ ହଜାର ପଥପାର୍ଶ୍ବ ବିକ୍ରେତାଙ୍କୁ ତୃତୀୟ ପର୍ଯ୍ୟାୟରେ ୩୦୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି । ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ମାର୍ଚ୍ଚ ୨୦୨୦ ଓ ଜୁନ୍‌ ୨୦୨୧ରେ ୩୦୦୦ ଟଙ୍କା ଲେଖାଏଁ ସହାୟତି ଦିଆଯାଇଥିଲା । ଏହାସହିତ ସେମାନଙ୍କ ବଜାର ସୁବିଧା ପାଇଁ ୮୭ଟି ସହରାଞ୍ଚଳରେ ଭେଣ୍ଡିଂ ଜୋନ୍‌ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏଥିପାଇଁ ମୁକ୍ତା ଯୋଜନାରେ ୬୦ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ସେ କହିଛନ୍ତି ।

ଏହି ଅବସରରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଉପସ୍ଥିତ ଥିବା ପଥପାର୍ଶ୍ବ ବିକ୍ରେତା ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କୋଭିଡ ସମସ୍ତଙ୍କ ଜୀବିକା ଉପରେ ପ୍ରଭାବ ପକାଇଛି । ‘ଆପଣମାନଙ୍କ କଷ୍ଟ ମୁଁ ଅନୁଭବ କରୁଛି। ମୁଁ କହିବାକୁ ଚାହେଁ ଯେ ସରକାର ସବୁବେଳେ ଆପଣମାନଙ୍କ ସାଥିରେ ଅଛନ୍ତି। ଏହି ସହାୟତା ଆପଣମାନଙ୍କ ଜୀବିକାକୁ ସୁରକ୍ଷା ଯୋଗାଇବ। ଗୋଟିଏ ସହରର ଅର୍ଥନୀତିରେ ପଥପାର୍ଶ୍ବ ବିକ୍ରେତା ହେଉଛନ୍ତି ଗୁରୁତ୍ବପୂର୍ଣ୍ଣ ଅଂଶ । ବଡ ବଡ ମଲ୍‌ ଓ ଦୋକାନ ଥିବା ସତ୍ତ୍ବେ, ପଥପାର୍ଶ୍ବ ବିକ୍ରେତା ମାନଙ୍କର ଗୁରୁତ୍ବ ରହିଛି ଓ ରହିବ ବୋଲି ସେ କହିଥିଲେ।

କୋଭିଡ ସଂପର୍କରେ ସେମାନଙ୍କୁ ସତର୍କ କରାଇ ମୁଖ୍ୟମନ୍ତ୍ରୀ କହିଲେ ଯେ କୋଭିଡ ଭୟ ଏବେ ବି ଯାଇନାହିଁ। ତେଣୁ ସେମାନେ ସତର୍କ ରହିବା ସହ କୋଭିଡର ନିୟମ ପାଳନ କରି ସୁରକ୍ଷିତ ରହିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ ।

   Related Posts