ରବିବାର ମୁଖ୍ୟମନ୍ତ୍ରୀଙ୍କ କେନ୍ଦୁଝର ଗସ୍ତ, ୨ଟି ନିର୍ବାଚନ ମଣ୍ଡଳୀରେ କରିବେ ପ୍ରଚାର

Published By : Prameya-News7 Bureau | May 18, 2024 IST

କେନ୍ଦୁଝର ୧୮।୫: ରବିବାର କେନ୍ଦୁଝର ଜିଲ୍ଲାର ୨ଟି ନିର୍ବାଚନ ମଣ୍ଡଳୀକୁ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । 

ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ରବିବାର ୧୦ଟା ୧୫ ମିନିଟରେ ପ୍ରଥମେ ସଦର ନିର୍ବାଚନ ମଣ୍ଡଳୀର ସିଲିସୁଆଁ ଫୁଟବଲ୍ ପଡିଆରେ ବିମାନ ଯୋଗେ ଅବତରଣ କରି ଉପସ୍ଥିତ ଜନତାଙ୍କୁ ଉଦବୋଧନ ଦେବେ । ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏଠାରେ ୪୦ ହଜାର ଲୋକଙ୍କର ବସିବା ପାଇଁ ଆୟୋଜନ କରାଯାଇଥିବା ବେଳେ, ୫ଟି ନିର୍ବାଚନ ମଣ୍ଡଳୀର ବିଜେଡ଼ି ବିଧାୟକ ପ୍ରାର୍ଥୀ ତଥା ସାଂସଦ ପ୍ରାର୍ଥୀ ଉପସ୍ଥିତ ରହିବେ । 

ଏହାପରେ ମୁଖ୍ୟମନ୍ତ୍ରୀ ଆନନ୍ଦପୁର ନିର୍ବାଚନ ମଣ୍ଡଳୀର ହାଟଡିହି ନିକଟ ଅଣା ଫୁଟବଲ୍ ପଡିଆରେ ୧୧ଟା ୧୫ ମିନିଟ୍ ରେ ପହଞ୍ଚି ଉପସ୍ଥିତ ଜନତାଙ୍କୁ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କର ଗସ୍ତ କାର୍ଯ୍ୟକ୍ରମ ପାଇଁ ପୋଲିସ ତରଫରୁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ କରାଯାଇଛି ।

You Can Read :

ରେଳ ଧାରଣା କଡରୁ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.