ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦିନିକିଆ ସୁନ୍ଦରଗଡ ଗସ୍ତ : ବିଭିନ୍ନ ପ୍ରକଳ୍ପର କରିବେ ଶିଳାନ୍ୟାସ, ହିତାଧିକାରୀଙ୍କୁ ବାଣ୍ଟିବେ ସହାୟତା
3/03/2020 at 7:16 AM

ଭୁବନେଶ୍ବର ୩।୩: ଆଜି ଦିନିକିଆ ସୁନ୍ଦରଗଡ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବହ୍ନ ୧୧ଟା ୧୫ରୁ ବିଜୁପଟ୍ଟନାୟକ ବିମାନ ବନ୍ଦରରୁ ସିଧା ଝାରସୁଗୁଡା ଯିବେ । ସେଠାରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ମଧ୍ୟାହ୍ନ ୧୨ଟା ୩୦ରେ ସୁନ୍ଦରଗଡ ଷ୍ଟାଡିୟମରେ ପହଞ୍ଚିବେ ।

ଏହି ଗସ୍ତ ସମୟରେ ବିଭିନ୍ନ ପ୍ରକଳ୍ଫର ଶିଳାନ୍ୟାସ ସହ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ସେହିପରି ବିଭିନ୍ନ ହିତାଧୀକାରୀଙ୍କୁ ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ । ସ୍ଥାନୀୟ ଭବାନୀ ଭବନ ପଡିଆରେ ସାଧାରଣ ସଭାରେ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ସୁନ୍ଦରଗଡ ଗସ୍ତକୁ ନଜରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।
Related Posts
ବୁଦ୍ଧଖୋଲ ମହୋତ୍ସବ ଉଦଯାପିତ; ଲୋକନୃତ୍ୟରେ ଦୁଲୁକିଲା ମଞ୍ଚ
30 January 2023
ବିଦ୍ୟୁତ୍ ଆଘାତରେ ରାଜମିସ୍ତ୍ରୀଙ୍କ ମୃତ୍ୟୁ
30 January 2023