ଆସନ୍ତାକାଲି ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ : ଶେରଗଡ, ହିଞ୍ଜିଳି ଓ ଛତ୍ରପୁରରେ ବିଭିନ୍ନ ପ୍ରକଳ୍ପର ଶୁଭ ଉଦ୍ଘାଟନ ଓ ଶିଳାନ୍ୟାସ କରିବେ
Published By : Prameya-News7 Bureau | November 09, 2018 IST
ଭୁବନେଶ୍ବର ୯|୧୧: ଆସନ୍ତା କାଲି ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାର ଶେରଗଡ, ହିଞ୍ଜିଳି ଓ ଛତ୍ରପୁରରେ ବିଭିନ୍ନ ପ୍ରକଳ୍ପର ଶୁଭ ଉଦ୍ଘାଟନ ଓ ଶିଳାନ୍ୟାସ କରିବା କାର୍ଯ୍ୟକ୍ରମ ରହିଛି । ଛତ୍ରପୁର ଠାରେ ନିର୍ମିତ ରାଜ୍ୟର ପ୍ରଥମ ଅତ୍ୟାଧୁନିକ ଜିଲ୍ଲା ପରିଷଦ କାର୍ଯ୍ୟାଳୟକୁ ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ।