oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

ଡରାଇଲାଣି ଓମିକ୍ରନ୍‌, ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ

1/12/2021 at 7:32 PM

ଭୁବନେଶ୍ୱର, ୦୧/୧୨: ଦେଶରେ କରୋନା ଲହର ଥମିଥିବା ବେଳେ ଡରାଇଲାଣି ନୂଆ ଭାରିଆଣ୍ଟ ଓମିକ୍ରନ । ଯଦିଓ ଭାରତରେ ଓମିକ୍ରୋନ ଭ୍ୟାରିଏଣ୍ଟ ଚିହ୍ନଟ ହୋଇ ନାହିଁ ତେବେ କେନ୍ଦ୍ର ସରକାର ଏନେଇ ଆଗୁଆ ସତର୍କତା ଅବଲମ୍ବନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ନିକଟରେ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି।

କେନ୍ଦ୍ରର ସତର୍କତା ପରେ ରାଜ୍ୟରେ ସତର୍କବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡ ନିୟମକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। କରୋନା ସତର୍କତା ସହିତ ନିୟମ ପାଳନ ଦିଗରେ ଜିଲ୍ଲାପାଳମାନେ ଧ୍ୟାନ ଦିଅନ୍ତୁ ବୋଲି ସେ କହିଛନ୍ତି । ନୂଆ ଭ୍ୟାରିଏଣ୍ଟକୁ ସମସ୍ତେ ଗୁରୁତର ସହ ନେବା ସହିତ ଏହାର ମୁକାବିଲା ପାଇଁ ସ୍ୱାସ୍ଥ୍ୟ ବିଭାଗ ଆଗୁଆ ପ୍ରସ୍ତୁତ ରହୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କୋଭିଡର ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସତର୍କ ରହିବା ସହିତ କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରିବା ଏବଂ ସରକାରଙ୍କୁ ପୂର୍ଣ୍ଣ ସହଯୋଗ ଯୋଗାଇ ଦେବା ପାଇଁ ଅନୁରୋଧ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡର ନୂଆ ଭାରିଏଣ୍ଟର ଭୟଭୟତା ସଂପର୍କରେ ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ସବୁ ଦେଶକୁ ସତର୍କ କରାଇ ଦେଇଛନ୍ତି ଏବଂ ଏହା ଗୁରୁତର ପ୍ରଭାବ ପକାଇବାର ମଧ୍ୟ ଅଶଂକା ବ୍ୟକ୍ତ କରିଛନ୍ତି । ଗତ କିଛି ସପ୍ତାହ ହେଲା ଇରୋପରେ ସଂକ୍ରମଣ ବୃଦ୍ଧି ପାଇଛି । ଏହି ନୂଆ ଭାରିଏଣ୍ଟ ଅଧିକ ସଂକ୍ରମଣଶୀଳ ଥିବାରୁ ଜନସାଧାରଣ ଏହାକୁ ଗୁରୁତର ସହ ନେବା ପାଇଁ ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରଥମରୁ ହିଁ ଓଡିଶା ଏହି ମହାମୀରୀ ମୁକାବିଲା ପାଇଁ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରିଆସିଛି । ଆହ୍ବାନମୂଳକ ପରିସ୍ଥିତି ସତ୍ତ୍ବେ ଜନସାଧାରଣଙ୍କ ସହଯୋଗରେ ଓଡିଶା ସଫଳତାର ସହିତ ପ୍ରଥମ ଓ ଦ୍ବିତୀୟ ଲହରୀର ମୁକାବିଲା କରିଥିଲା ଏବଂ ବର୍ତ୍ତମାନ ପରିସ୍ଥିତିର ଆମେ ମଧ୍ୟ ସଫଳ ମୁକାବିଲା କରିପାରିବା ବୋଲି ମୁଖ୍ୟମନ୍ତ୍ରୀ ଦୃଢ ଆଶାବ୍ୟକ୍ତ କରିଥିଲେ ।

ଏହି ପରିପ୍ରେକ୍ଷୀରେ ଆମର କୋଭିଡ ମୁକାବିଲା ପାଇଁ ଆମର ଥିବା ପ୍ରସ୍ତୁତିକୁ ପୁଣି ଥରେ ପୁନଃ ସକ୍ରିୟ କରିବା ସହିତ ଡାକ୍ତର, ନର୍ସ, ସ୍ବାସ୍ଥ୍ୟକର୍ମୀଙ୍କ ସମତେ ଏଥିରେ ସଂଶ୍ଲିଷ୍ଟ ସବୁ ଅଧିକାରୀ ମାନଙ୍କୁ ଜାଗତିଆର ରଖିବା ପାଇଁ ପରାମର୍ଶ ଦେଇଥିଲେ । କୋଭିଡ ନିୟମର ଯେପରି କଡାକଡି ପାଳନ କରାଯିବ, ସେଥିପ୍ରତି ସତର୍କ ପଦକ୍ଷେପ ନେବାପାଇଁ ପୋଲିସ ମହାନିର୍ଦ୍ଦେଶକଙ୍କୁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ । ଏହାସହିତ ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ରକ୍ଷା କରିବା ଆଦି କୋଭିଡ ନିୟମ ସଂପର୍କରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରିବା ପାଇଁ ସୂଚନା ଓ ଲୋକସଂପର୍କ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ ।

ପଞ୍ଚାୟତ ପ୍ରତିନିଧିଙ୍କ ଠାରୁ ଆରମ୍ଭ କରି ମିଶନ ଶକ୍ତି ଗ୍ରୁପ ପର୍ଯ୍ୟନ୍ତ ସମାଜର ସବୁ ବର୍ଗର ଲୋକଙ୍କୁ ସାମିଲ କରି ସଚେତନତା ତଥା କୋଭିଡ ନିୟମ ଅନୁପାଳନକୁ ସୁନିଶ୍ଚିତ କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଆଲୋଚନାରେ ଭାଗ ନେଇ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର କହିଲେ ଯେ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ପୁରାପୁରି ସତର୍କ ଅଛନ୍ତି । କୋଭିଡ ଭିତ୍ତିଭୂମିକୁ ସୁଦୃଢ ରହିଛି ଏବଂ ତାକୁ ଆହୁରି ଅଧିକ ଜୋରଦାର କରିବା ପାଇଁ ପଦକ୍ଷେପ ନିଆଯାଉଛି ।

ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ରାଜ କୁମାର ଶର୍ମା କୋଭିଡ ମୁକାବିଲା ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ । ସେ କହିଥିଲେ ଯେ ରାଜ୍ୟରେ ବର୍ତ୍ତମାନ ଟେଷ୍ଟ ପଜିଟିଭ ହାର ମାତ୍ର ୦.୪୪ ପ୍ରତିଶତ ରହିଛି । ଚାରୋଟି ଜିଲ୍ଲା ଖୋର୍ଦ୍ଧା, କଟକ, ସୁନ୍ଦରଗଡ ଓ ସମ୍ବଲପୁରର କିଛି ଅଂଚଳରେ ଅପେକ୍ଷାକୃତ ଅଧିକ କେସ୍ ବାହାରିଥିଲେ ମଧ୍ୟ ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି । ନୂଆ ରୋଗୀ ମାନଙ୍କର Genome Sequencing ପାଇଁ ମଧ୍ୟ ନମୁନା ପଠାଯାଉଛି । ରାଜ୍ୟରେ ପ୍ରଥମ ଡୋଜ ଟୀକାକରଣ ୮୫.୬ ପ୍ରତିଶତ ଥିବାବେଳେ ଦ୍ବିତୀୟ ଡୋଜ ଟୀକାକରଣ ୪୮.୪ ପ୍ରତିଶତ ରହିଛି, ଯାହା କି ଜାତୀୟ ହାର ଠାରୁ ଉନ୍ନତ ରହିଛି । ଘରକୁ ଘର ବୁଲି ଟୀକାକରଣ କାର୍ଯ୍ୟକୁ ତ୍ବରାନ୍ବିତ କରାଯାଉଛି ।
ଆଲୋଚନାରେ ଭାଗ ନେଇ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କୋଭିଡରୁ ମୁକାବିଲା ପାଇଁ ପ୍ରସ୍ତୁତିକୁ ଆହୁରି ଉନ୍ନତ କରିବା, Oxygen Supply chainକୁ ଆହୁରି ମଜବୁତ କରିବା ଏବଂ ଘରୋଇ ହସ୍‌ପିଟଲଗୁଡିକୁ କୋଭିଡ ଚିକିତ୍ସା ପାଇଁ ପ୍ରସ୍ତୁତି ରଖିବା ଉପରେ ଗୁରୁତ୍ବ ଦେଇଥିଲେ ।
ବୈଠକରେ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ, ପୋଲିସ କମିଶନରଙ୍କ ସମେତ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ, ମହାନଗର ନିଗମ ଗୁଡିକର କମିଶନର ଏବଂ ବରିଷ୍ଠ ଅଧିକାରୀ ମାନେ ଯୋଗ ଦେଇଥିଲେ ।

   Related Posts