Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଭୁବନେଶ୍ବର : ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ ପଛରେ ରହିଛି ସୁଚିନ୍ତିତ ଷଡ଼ଯନ୍ତ୍ର : ନରସିଂହ ମିଶ୍ର
  • ||
  • ଆଉ ୧୦ ଜିଲ୍ଲାରେ ଭର୍ଚୁଆଲ୍‌ ହାଇକୋର୍ଟ, ଘୋଷଣା କଲେ ହାଇକୋର୍ଟ ମୁଖ୍ୟ ବିଚାରପତି
  • ||
  • ଭୁବନେଶ୍ୱର : ୧୩ ଜିଲ୍ଲାରେ ବର୍ଷିବ, ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ରାଉରକେଲାରେ ହାଇଓ୍ୱାକୁ ପିଟିଲା ବସ୍‌ : ୨ ମୃତ, ୨୫ ଆହତ
  • ||

ମୁଖ୍ୟମନ୍ତ୍ରୀଙ୍କ ୨ ଦିନିଆ ରାଉରକେଲା ଗସ୍ତ: ସୁନ୍ଦରଗଡ଼ବାସୀଙ୍କୁ ଭେଟି ଦେଲେ ୯୬୪ କୋଟି ଟଙ୍କାର ପ୍ରକଳ୍ପ

10/03/2023 at 10:42 PM

ରାଉରକେଲା ୧୦/୦୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ୨ ଦିନିଆ ରାଉରକେଲା ଗସ୍ତ କରି ୯୬୪ କୋଟି ଟଙ୍କାର ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ରାଉରକେଲା ସହରର ବିର୍ସା ଛକରେ ତିଆରି ନୂଆ ବିର୍ସା ମୁଣ୍ଡା ଆଥ‌ଲେଟିକ୍‌ ଷ୍ଟାଡିୟମ୍‌ ସହିତ ବିର୍ସା ମୁଣ୍ଡା ସୁଇମିଂ କମ୍ପ୍ଳେକ୍ସ ଏବଂ ବହୁତଳ କାର ପାର୍କିଂ ସୁବିଧାର ଉଦ‌ଘାଟନ କରିଛନ୍ତି।

ଏହି ଷ୍ଟାଡିୟମ୍‌ଟି ୧୦ ଏକର  ବିଶିଷ୍ଟ ଜମିରେ ୧୫୭.୨୧ କୋଟି ଟଙ୍କା ବ୍ୟୟରେ ତିଆରି ହୋଇଛି। ଏଥିରେ ପ୍ରାୟ ୧୦ ହଜାର ଲୋକ ଏକାଠି ବସି ଖେଳ  ଦେଖିପାରିବେ। ଏହାସହିତ ଏଠାରେ ନିର୍ମିତ ସୁଇମିଂ ପୁଲରେ ସନ୍ତରଣ ନେଇ ପ୍ରଶିକ୍ଷଣ ଦିଆଯିବା ସହ ରାଜ୍ୟ ତଥା ଜାତୀୟ ସ୍ତରୀୟ ପ୍ରତିଯୋଗିତା ମଧ୍ୟ ଆୟୋଜିତ ହେବ। ଏହା ସହିତ ୨ମହଲା ବିଶିଷ୍ଟ ମଲ୍ଟି ଲେବଲ୍‌ କାର‌ ପାର୍କିଂ ବ୍ୟବସ୍ଥା ମଧ୍ୟ ରହିଛି।

ଏହି  ଉଦ୍‌ଘାଟନି ଉତ୍ସବରେ ମୁଖ୍ୟମନ୍ତ୍ରୀ ରାଉରକେଲାବାସୀଙ୍କ ପାଇଁ ଏହି ଷ୍ଟାଡିୟମ‌ ଉତ୍ସର୍ଗୀକୃତ କରିଛନ୍ତି।  ଏହା ସହିତ ନବୀନ ସୁନ୍ଦରଗଡ଼ ଜିଲ୍ଲାର ସ୍ବାସ୍ଥ୍ୟ, ଶିକ୍ଷା, ଗମନା ଗମନ, ପରିମଳ, କୃଷି ଏବଂ ପର୍ଯ୍ୟଟନ ଇତ୍ୟାଦିର ବିକାଶ ପାଇଁ ବିଭିନ୍ନ ପ୍ରକଳ୍ପର ଉଦ‌ଘାଟନ ଓ ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ରାଉରକେଲା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ସାରଦା ପ୍ରସାଦ ନାୟକ, ରଘୁନାଥପାଲ୍ଲୀ ବିଧାୟକ ସୁବ୍ରତ ତରାଇ, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫ଟି ସଚିବ ଭି.କେ ପାଣ୍ଡିଆନ‌, କ୍ରୀଡ଼ା ଏବଂ ଯୁବ ସେବା ସଚିବ ଆର. ଭିନିଲ୍‌ କ୍ରିଷ୍ଣା, ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି, ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ଡଃ ଶୁଭଙ୍କର ମହାପାତ୍ର, ସୁନ୍ଦରଗଡ଼ ଜିଲ୍ଲା ପରିଷଦ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ମନୋଜ ମହାଜନ ଓ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

   Related Posts