ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଡବିଲ: ପୁରୁଣା ବସ୍‌ଷ୍ଟାଣ୍ଡରେ ଯୁବକକୁ ଛୁରାମାଡ଼, ଅତର୍କିତ ଆକ୍ରମଣରେ ଆକବର ଗୁରୁତର
  • ||
  • ଇଡିରେ ହାଜର ହେଲେ ଅର୍ଚ୍ଚନାଙ୍କ ଆରକିଟେକ୍ଟ, ଆର୍ଥିକ କାରବାର ନେଇ ହୋଇପାରେ ଜେରା
  • ||

୯ ଲକ୍ଷ ହିତାଧିକାରୀ ହେବେ ଉପକୃତ, ଆହୁରି ତିନି ମାସ ମାଗଣା ୫କେଜି ଲେଖାଏଁ ଚାଉଳ

1/10/2022 at 2:28 PM

ଭୁବନେଶ୍ୱର ୦୧।୧୦ : ଆଉ ୩ ମାସ ୫ କିଲୋ ଚାଉଳ । ଖାଦ୍ୟ ସୁରକ୍ଷା ରାଜ୍ୟ ହିତାଧିକାରୀ ଆଉ ତିନି ମାସ ପାଇଁ ଅତିରିକ୍ତ ଚାଉଳ ପାଇବେ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନୟକ ଘୋଷଣା କରିଛନ୍ତି ।  

ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀମାନଙ୍କୁ ଆଉ ତିନି ମାସ ପାଇଁ ଅତିରିକ୍ତ ୫ କେ.ଜି ଚାଉଳ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାଦ୍ବାରା ୨.୯୨ ଲକ୍ଷ ପରିବାରର ୯.୦୫ ଲକ୍ଷ ହିତାଧିକାରୀ ଉପକାର ପାଇବେ । ଅକ୍ଟୋବର, ନଭେମ୍ବର ଓ ଡିସେମ୍ବର ୨୦୨୨, ଏହି ତିନି ମାସ ପାଇଁ ଚାଉଳ ବଣ୍ଟନ ହେବ । NFSA ହିତାଧିକାରୀଙ୍କୁ ମୁଣ୍ଡପିଚ୍ଛା ମାସକୁ ୫ କେ.ଜି ଲେଖାଏ ଅତିରିକ୍ତ ଚାଉଳ ମାଗଣାରେ ପାଇପାରିବେ । ଏଥିପାଇଁ ରାଜ୍ୟ ସରକାର ୪୯ କୋଟି ଟଙ୍କା ଖର୍ଚ୍ଚ କରି ୧୩,୫୭୫ ମେଟ୍ରିକ ଟନ୍ ଚାଉଳ ହିତାଧିକାରୀଙ୍କୁ ଯୋଗାଇ ଦେବେ ।

   Related Posts