ପୁରୀ ଯାଇ ରଥଯାତ୍ରା ଦେଖିଲେ ମୁଖ୍ୟମନ୍ତ୍ରୀ, ନନ୍ଦିଘୋଷ ଟାଣିଲେ ନବୀନ

Published By : Prameya-News7 Bureau | July 01, 2022 IST

ପୁରୀ ୦୧/୦୭: ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ରଥଯାତ୍ରା ପାଇଁ ଜନସମୁଦ୍ର ପାଲଟିଛି ଶ୍ରୀକ୍ଷେତ୍ର ପୁରୀ । କୋଭିଡ କଟକଣା କୋହଳ ପରେ ବଡ଼ଦାଣ୍ଡରେ ଭକ୍ତ ଓ ଭଗବାନଙ୍କ ଅପୂର୍ବ ମିଳନ ହୋଇଛି । ଦୁଇ ବର୍ଷ ପରେ ରଥଯାତ୍ରା ଦେଖିବାକୁ ଭକ୍ତଙ୍କୁ ଅନୁମତି ମିଳିଥିବାରୁ ଲୋକାରଣ୍ୟ ହୋଇଛି ବଡ଼ଦାଣ୍ଡ । ତେବେ ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ପୁରୀ ଯାଇ ରଥଯାତ୍ରା ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

wp:html /wp:html

ଏହାସହ ବଡ଼ଦାଣ୍ଡରେ ନନ୍ଦିଘୋଷ ରଥ ଟାଣିଛନ୍ତି ନବୀନ । ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବାଚସ୍ପତି ବିକ୍ରମ କେଶରୀ ଆରୁଖ, ୫-ଟି ସଚିବ ଭି.କେ ପାଣ୍ଡିୟାନ ପ୍ରମୁଖ ଉପସ୍ଥିତ ଥିଲେ । ସୂଚନା ଥାଉକି, ପୁରୀ ଯାଇ ଦକ୍ଷିଣ ଦ୍ୱାର ନିକଟରେ ପରିକ୍ରମା ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ବୁଲି ଦେଖିଥିଲେ ମୁଖ୍ୟମନ୍ତ୍ରୀ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.