୨୦୨୨-୨୩ ଆର୍ଥିକ ବର୍ଷର ବଜେଟ୍‌ ପ୍ରଗତିଶୀଳ: ନବୀନ ପଟ୍ଟନାୟକ

Published By : Prameya-News7 Bureau | July 02, 2022 IST

ଭୁବନେଶ୍ୱର, ୦୨/୦୭: ୨୦୨୨-୨୩ ଆର୍ଥିକ ବର୍ଷରେ ୨ ଲକ୍ଷ କୋଟି ଟଙ୍କାର ବଜେଟ ବିଧାନସଭାରେ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ଏହି ବଜେଟ୍‌କୁ ନେଇ ମୁଖ୍ୟମନ୍ତ୍ରୀ ନବୀନ୍‌ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି । ବଜେଟ୍ ପ୍ରଗତିଶୀଳ ବୋଲି  କହିଛନ୍ତି ମୁଖ୍ୟମନ୍ତ୍ରୀ । ବଜେଟ୍ ଗରିବଙ୍କ ସହାୟତା ଓ ବିକାଶମୁଖୀ । ସ୍ବାସ୍ଥ୍ୟ ସେବାର ଗୁଣାତ୍ମକ ମାନବୃଦ୍ଧି ପାଇଁ ବଜେଟରେ ପ୍ରାଥମିକତା ଦିଆଯାଇଛି । ଗୁଣାତ୍ମକ ଶିକ୍ଷା ଭିତ୍ତିଭୂମିର ବିକାଶ ଉପରେ ସ୍ବତନ୍ତ୍ର ଧ୍ୟାନ ଦିଆଯାଇଛି ବୋଲି ସେ କହିଛନ୍ତି । 5T ଓ ମୋ’ ସରକାର କାର୍ଯ୍ୟକ୍ରମକୁ ଆଖିରେ ରଖି ବଜେଟ ପ୍ରସ୍ତୁତ କରାଯାଇଛି । ରାଜ୍ୟର ସର୍ବଙ୍ଗୀନ ବିକାଶରେ ବଜେଟ ବେଶ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.