Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶିମିଳିପାଳ ଉପରମୁଣ୍ଡରେ ପ୍ରବଳ ବର୍ଷା, ଖୋଲିଲା କାଳ ଡ୍ୟାମ୍ ଗେଟ୍
  • ||
  • ପାଣି ଘେରରେ ଚାନ୍ଦବାଲି ବ୍ଲକର ୨୦ ଗାଁ, ଦୁର୍ବଳ ନଦୀବନ୍ଧ ପାଇଁ ଚିନ୍ତାରେ ଲୋକେ
  • ||
  • ଦେଶରେ ଉପର ତଳ କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୧୪୦୯୨ କରୋନା ପଜିଟିଭ୍
  • ||
  • ଆଉ ନାହାନ୍ତି ବିଶିଷ୍ଠ ଶିଳ୍ପପତି ତଥା ଭାରତର ୱାରେନ୍ ବଫେଟ୍‌ ରାକେଶ ଝୁନଝୁନୱାଲା: ୬୨ ବର୍ଷ ବୟସରେ ମୁମ୍ବାଇରେ ପରଲୋକ
  • ||
  • ମହାନଦୀ ଫୁଲୁଛି : ବୌଦ୍ଧରେ ବନ୍ୟା ସ୍ଥିତି, ହରଭଙ୍ଗା ବ୍ଲକ୍‌ର ୫୫ ଗାଁ ପ୍ରଭାବିତ
  • ||
  • କୁଲଗାମରେ ଆତଙ୍କବାଦୀଙ୍କ ଗ୍ରେନେଡ୍ ମାଡ, ଜଣେ ପୋଲିସ କର୍ମୀ ସହିଦ
  • ||
  • ଏସିଆ କପ୍ ପାଇଁ କୋହଲି ପ୍ରସ୍ତୁତ : ଇନଡୋର୍ ଷ୍ଟାଡିୟମରେ କଲେ ଜୋରଦାର ଅଭ୍ୟାସ
  • ||

ରାଜ୍ୟରେ ନିର୍ମାଣ ହେବ ୫୫ଟି ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ , ୨୯ କୋଟି ୩୬ ଲକ୍ଷ ଟଙ୍କା ମଞ୍ଜୁର

5/07/2022 at 12:52 PM

ଭୁବନେଶ୍ୱର ୦୫।୦୭: ରାଜ୍ୟରେ ୫୫ଟି ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପାଇଁ ଦ୍ଵିତୀୟ ପର୍ଯ୍ୟାୟରେ ୨୯ କୋଟି ୩୬ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୯୮ କୋଟି ଟଙ୍କା ବ୍ୟୟରେ ଅଧିକ ୫୫ଟି ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରାଯାଉଛି ।

ଚଳିତ ଏପ୍ରିଲ ମାସରେ ପ୍ରଥମ ପର୍ଯ୍ୟାୟରେ ୨୯ କୋଟି ୩୬ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଥିଲେ। ବାତ୍ୟା ଓ ବନ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଏହି ଆଶ୍ରୟସ୍ଥଳୀ ଗୁଡିକ ଲୋକଙ୍କୁ ସୁରକ୍ଷା ଦେବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଆସିଛି। ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷଙ୍କ ଜରିଆରେ ଏହା ନିର୍ମାଣ କରାଯାଉଛି। ଏହା ମଧ୍ୟରେ ପ୍ରଥମ ପର୍ଯ୍ୟାୟ କାମରେ ଯଥେଷ୍ଟ ଅଗ୍ରଗତି ହୋଇଛି। ତେଣୁ ବର୍ତ୍ତମାନ ଏହି କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ଦ୍ଵିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ଆଉ ୨୯କୋଟି ୩୬ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହା ସହିତ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

   Related Posts