ଅପରାହ୍ନରେ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା, ବରିଷ୍ଠ ସ୍ୱାସ୍ଥ୍ୟ ଅଧିକାରୀଙ୍କ ସହ କରିବେ ଆଲୋଚନା

Published By : Prameya-News7 Bureau | January 18, 2022 IST

ଭୁବନେଶ୍ୱର ୧୮।୦୧ : ରାଜ୍ୟରେ କୋଭିଡ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ମଙ୍ଗଳବାର ଅପରାହ୍ନ ୫ ଟାରେ ରାଜ୍ୟରେ କୋଭିଡ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଖବର ଅନୁଯାୟୀ, ରାଜ୍ୟରେ ଏବେ କରୋନାର  ଦୈନିକ ସଂକ୍ରମଣ ୧୦ ହଜାର ଉପରେ ରହୁଛି । ଯାହାକି ଏକ ଚିନ୍ତାଜନକ ବିଷୟ । କରୋନା ସଂକ୍ରମଣ ଗ୍ରାଫ୍‌କୁ କମ୍‌ କରିବାକୁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଉଛନ୍ତି । କିଛି ଦିନ ତଳେ ମୁଖ୍ୟମନ୍ତ୍ରୀ ରାଜ୍ୟରେ କୋଭିଡ ସ୍ଥିତିର ସମୀକ୍ଷା କରିଥିଲେ । ଆଜି ପୁଣି ଥରେ ରାଜ୍ୟର କୋଭିଡ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ବରିଷ୍ଠ ଅଧିକାରୀଙ୍କ ସହ ରାଜ୍ୟରେ କୋଭିଡ ସଂକ୍ରମଣର ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧୦୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪ଜଣଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ ଏବେ ଯାଏଁ ମୋଟ୍ ୧୧୫୫୪୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୦୯୧୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୬୬୦୩୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୬୭୭୨୫୬୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.