ତଦନ୍ତ ରିପୋର୍ଟ ଆସିଲେ କାର୍ଯ୍ୟାନୁଷ୍ଠାନ, ଘଟଣାର ପୁନରାବୃତ୍ତି ନହେବା ନେଇ ପଦକ୍ଷେପ ନିଆଯିବ କହିଲେ ମୁଖ୍ୟମନ୍ତ୍ରୀ

Published By : Prameya-News7 Bureau | July 13, 2025 IST

ଭୁବନେଶ୍ବର ୧୩।୭: ବାଲେଶ୍ବର ଫକୀରମୋହନ କଲେଜର ଗୁରୁତର ଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଭୁବନେଶ୍ବର ଏମ୍ସରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ନିଜେ ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ । ଦିଲ୍ଲୀ ଏମ୍ସ ଷ୍ଟାଣ୍ଡାର୍ଡର ଚିକିତ୍ସା ଯୋଗାଇ ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଭର୍ଚ୍ଚୁଆଲରେ ଭୁବନେଶ୍ବର ଏମ୍ସ କର୍ତ୍ତୃପକ୍ଷ ଦିଲ୍ଲୀ ଏମ୍ସ ସହ ଯୋଗାଯୋଗରେ ଅଛନ୍ତି । ବର୍ତ୍ତମାନ ଗୁରୁତର ଛାତ୍ରୀଙ୍କ ଅବସ୍ଥା ଗୁରୁତର ରହିଛି, ଏବେ ଏୟାରଲିଫ୍ଟ ସମ୍ଭବ ନୁହେଁ । ଯଦି ଆଗକୁ ସ୍ଥିତି ସ୍ବାଭାବିକ ହୁଏ ତାହେଲେ ଦିଲ୍ଲୀ ଏୟାରଲିଫ୍ଟ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ଘଟଣାରେ କଠୋର କାର୍ଯ୍ୟାନୁଷ୍ଠାନ ହେବ । ଯାହା ପଦକ୍ଷେପ ନେବା କଥା ଉଚ୍ଚଶିକ୍ଷା ବିଭାଗ ପଦକ୍ଷେପ ନେଇ ସାରିଛି । ତଦନ୍ତ ଆରମ୍ଭ ହୋଇଛି । ସେହି ରିପୋର୍ଟ ଆଧାରରେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ । ଯେପରି ଘଟଣାର ପୁନରାବୃତ୍ତି ନହେବ ସରକାର ପଦକ୍ଷେପ ନେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।


You Can Read:

ଦିଲ୍ଲୀରୁ ଫେରିଲେ ମୁଖ୍ୟମନ୍ତ୍ରୀ, କହିଲେ- ବାଲେଶ୍ୱର ଘଟଣାରେ ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.