ସ୍ୱାଧୀନତା ଦିବସ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ, ବିକାଶ ସହ ତାଳ ଦେଇ ଆଗକୁ ବଢୁଛି ଆମ ରାଜ୍ୟ

Published By : Prameya-News7 Bureau | August 15, 2022 IST

ଭୁବନେଶ୍ୱର ୧୫/୦୮: ଆଜି ସାରା ଦେଶ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରୁଛି । ଜଣେ ଭାରତୀୟ ଭାବରେ ଏହା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ । ଏହି ପବିତ୍ର ଅବସରରେ ଆପଣମାନଙ୍କୁ ସମସ୍ତଙ୍କୁ ମୋର ଅଭିନନ୍ଦନ । ଆଜି ସାରା ଦେଶ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରୁଛି । ଜଣେ ଭାରତୀୟ ଭାବରେ ଏହା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ ।

ଏହି ପବିତ୍ର ଅବସରରେ ଆପଣମାନଙ୍କୁ ସମସ୍ତଙ୍କୁ ମୋର ଅଭିନନ୍ଦନ ଜଣାଉଛି । ଜାତିର ପିତା ମହାତ୍ମା ଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ସର୍ଦ୍ଦାର ପଟେଲ, ମୌଲାନା ଆଜାଦ, ଡଃ ବି.ଆର. ଆମ୍ବେଦକର, ଡଃ ରାଜେନ୍ଦ୍ର ପ୍ରସାଦ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୂଦନ ଦାସ, ନବକୃଷ୍ଣ ଚୌଧୁରୀ, ଗୋପବନ୍ଧୁ ଚୌଧୁରୀ, ସହିଦ୍ ଲକ୍ଷ୍ଣଣ ନାଏକ, ବୀର ସୁରେନ୍ଦ୍ର ସାଏ, ମାଆ ରମାଦେବୀ, ମାଳତୀ ଚୌଧୁରୀ, ଡଃ ହରେକୃଷ୍ଣ ମହତାବ, ବିଜୁ ପଟ୍ଟନାୟକ ଓ ପାର୍ବତୀ ଗିରିଙ୍କ ପରି ମହାନ୍ ସଂଗ୍ରାମୀ ମାନଙ୍କ ନେତୃତ୍ୱରେ ଆମେ ସ୍ୱାଧୀନତା ହାସଲ କରିଛୁ ।

ଏହି ଅବସରରେ ସେମାନଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ଦେଶର ଶାନ୍ତି ଓ ସୁରକ୍ଷା ପାଇଁ ଶହୀଦ ହୋଇଥିବା ଅମର ଯୱାନମାନଙ୍କ ପ୍ରତି ମଧ୍ୟ ଏହି ଅବସରରେ ମୋର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । Covid ମହାମାରୀ ସମୟରେ ମାନବ ଜାତିର ସେବାରେ ସହୀଦ ହୋଇ ଥିବା କୋଭିଡ ଯୋଦ୍ଧା ମାନଙ୍କୁ ମଧ୍ୟ ମୋର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।

ଆମର ସ୍ୱାଧୀନତା ଥିଲା କୋଟି କୋଟି ଭାରତୀୟ ମାନଙ୍କ ବିଜୟ । ସତ୍ୟ ଓ ଅହିଂସା ର ବିଜୟ । ଏହି ବିଜୟ ସାରା ବିଶ୍ବକୁ ରାସ୍ତା ଦେଖାଇଛି । ଗତ ୭୫ ବର୍ଷରେ ଦେଶ ଅନେକ ମାଇଲ ଷ୍ଟୋନ ହାସଲ କରିଛି । କୃଷି, ଶିକ୍ଷା, ସ୍ୱାସ୍ଥ୍ୟ, Science & Technology, ଶିଳ୍ପ, ଗବେଷଣା ଆଦି ବିଭିନ୍ନ କ୍ଷେତ୍ରରେ ଭାରତ ଆଜି ଆଗୁଆ ଦେଶ ସହ ପ୍ରତିଯୋଗିତା କରିପାରୁଛି ।

ଆମ ଓଡିଶା ମଧ୍ୟ ଦେଶର ବିକାଶ ସହିତ ତାଳ ଦେଇ ଆଗେଇ ଚାଲିଛି । ୭୫ ବର୍ଷରେ ଓଡିଶା ଅନେକ landmark ହାସଲ କରି ଦେଶକୁ ରାସ୍ତା ଦେଖାଇଛି । ଓଡିଶାରେ ଆଜି transformationର ନୂଆ ଯୁଗ ଆରମ୍ଭ ହୋଇଛି । ଓଡିଶାର ସଫଳତା ଅନ୍ୟମାନଙ୍କ ପାଇଁ ମାର୍ଗ ଦର୍ଶନ କରୁଛି । ଏକ Food deficit ରାଜ୍ୟରୁ ଏକ food surplus ରାଜ୍ୟ ହେବା, disaster managementରେ ବିଶ୍ବ ପାଇଁ ଆଦର୍ଶ ସୃଷ୍ଟି କରିବା ।

sports hub ଭାବରେ ପରିଚୟ ସୃଷ୍ଟି କରିବା ଓ ୭୦ ଲକ୍ଷ ମାଆଙ୍କୁ ସଶକ୍ତ କରିବା ଆଦି landmark ଆମ ଓଡିଶାର ଜୟଯାତ୍ରାର ପ୍ରତୀକ । ଶିକ୍ଷା ଆମର focus । ଆମ ସ୍କୁଲ transformation programme, quality educationର ଦୃଢ ପ୍ରତିଶ୍ରୁତି ବହନ କରୁଛି । ପିଲାମାନଙ୍କ ଭିତରେ ନୂଆ ଆଶା ସୃଷ୍ଟି କରିଛି ।

ଗାଁର talented ପିଲାମାନଙ୍କ ପାଇଁ ଆରମ୍ଭ ହୋଇଥିବା ଓଡିଶା ଆଦର୍ଶ ବିଦ୍ୟାଳୟ ଆଜି ବେଶ୍ ଲୋକପ୍ରିୟ ହୋଇଛି । କୋଟିଆରୁ ଆରମ୍ଭ କରି ଭୁବନେଶ୍ବାରର iconic OAV ପର୍ଯ୍ୟନ୍ତ ୩୧୫ଟି ଆଦର୍ଶ ବିଦ୍ୟାଳୟରେ ଆଜି ଏକ ଲକ୍ଷ୍ ପିଲା ପାଠ ପଢୁଛନ୍ତି । ଆଜି ଏହି ଅବସରରେ ୫ ହଜାର ଝିଅ ପିଲାଙ୍କ ପାଇଁ ଆଦର୍ଶ ବିଦ୍ୟାଳୟରେ ୫୦ଟି ହଷ୍ଟେଲର କରାଯାଇଛି।

ସ୍ୱାଧୀନତାର ୭୫ ବର୍ଷ ଅବସରରେ ଆମେ ରାଜ୍ୟର ୩୦ଟି ଜିଲ୍ଲାର ଗ୍ରାମାଞ୍ଚଳରେ ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର ୩୦୦୦ ସ୍ମାରକୀ ସ୍ଥାପନ କରୁଛୁ । ଆମର ଯୁବ ବର୍ଗଙ୍କ ପାଇଁ କର୍ମ ନିଯୁକ୍ତି ଉପରେ ଆମେ ବିଶେଷ ଗୁରୁତ୍ବ ଦେଇଛୁ । ସରକାରୀ କ୍ଷେତ୍ରରେ ଖାଲି ଥିବା ବିଭିନ୍ନ ପଦବୀ ଗୁଡିକ ପୂରଣ ପାଇଁ regular recruitment ଜାରି ରହିଛି । ବିଭିନ୍ନ ବିଭାଗରେ ୭୦ ହଜାରରୁ ଅଧିକ entry level ପଦବୀ ପୂରଣ ପାଇଁ ପଦକ୍ଷେପ ନିଆଯାଉଛି ।

ଜନଜାତି ଭାଇଭଉଣୀ ମାନଙ୍କ ବିକାଶ ଓ ସେମାନଙ୍କ empowerment କ୍ଷେତ୍ରରେ ଓଡିଶା ବହୁତ ଭଲ କାମ କରିଛି। ଓଡ଼ିଶାର ଜନଜାତି ପିଲାମାନେ ଆଜି ବିଭିନ୍ନ କ୍ଷେତ୍ରରେ, ଦେଶ ବିଦେଶରେ ସୁନାମ ଅର୍ଜନ କରୁଛନ୍ତି। ନିକଟରେ ରୋମ୍ରେ ଆମ ଓଡିଆ ପିଲା ଶେଷ କିଶାନଙ୍କୁ ଭେଟି ମୋତେ ବହୁତ ଖୁସି ଲାଗିଥିଲା । ଓଡିଶା ଜଗନ୍ନାଥଙ୍କ ପବିତ୍ର ଭୂମି ।

ଓଡିଆ ମାନେ ସବୁବେଳେ regional mindsetରୁ ଉପରକୁ ଉଠି national spiritରେ କାମ କରନ୍ତି । Indian National Hockeyର both ପୁରୁଷ ଏବଂ ମହିଳା ଟିମ୍‌କୁ ଓଡିଶା sponsor କରିବା ଆମ nationalistic spiritର best example । ଆଉ ୨୫ ବର୍ଷ ପରେ ଆମେ ସ୍ବାଧୀନତାର centenary year ପାଳନ କରିବା । ସେଥିପାଇଁ ଆମକୁ ବର୍ତ୍ତମାନ ଠାରୁ ପ୍ରସ୍ତୁତ ହେବାକୁ ହେବ । ମୋର ପୁରା ବିଶ୍ୱାସ ଏହି ସମୟ ମଧ୍ୟରେ ଦେଶର ବିକାଶରେ ଓଡିଶାର ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରହିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.