ଝାରସୁଗୁଡ଼ା ଯିବେ ମୁଖ୍ୟମନ୍ତ୍ରୀ, ନବ ଦାସଙ୍କ ଦ୍ବାଦଶାହରେ ଯୋଗଦେବେ
9/02/2023 at 7:31 AM

ଝାରସୁଗୁଡ଼ା/ଭୁବନେଶ୍ୱର ୦୯।୦୨ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଝାରସୁଗୁଡ଼ା ଗସ୍ତରେ ଯିବେ। ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ନବ ଦାସଙ୍କ ଦ୍ବାଦଶାହରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବାକୁ ଝାରସୁଗୁଡ଼ା ଯିବେ ମୁଖ୍ୟମନ୍ତ୍ରୀ।
ଖବର ଅନୁଯାୟୀ, ମୁଖ୍ୟମନ୍ତ୍ରୀ ଦିନ ୧୨ଟାରେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ଏୟାରପୋର୍ଟରେ ପହଞ୍ଚିବେ। ସେଠାରୁ ହେଲିକପ୍ଟରରେ ଯାଇ ସରବାହାଲ ହାଇସ୍କୁଲ ପଡ଼ିଆରେ ଆୟୋଜିତ ନବ ଦାସଙ୍କ ଦ୍ବାଦଶାହ କାର୍ଯ୍ୟକ୍ରମରେ ଯୋଗଦେବେ। ଏଥିପାଇଁ ଝାରସୁଗୁଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏହାବ୍ୟତୀତ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡ଼ାକଡି କରାଯାଇଛି ।
Related Posts
କାଲିମେଳାରେ ମର୍ମନ୍ତୁଦ ଦୁର୍ଘଟଣା, କାର-ବାଇକ ଧକ୍କା, ୨ ମୃତ
26 March 2023