କନ୍ଧମାଳ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ,BSKY ସ୍ମାର୍ଟକାର୍ଡ ବାଣ୍ଟିବେ ନବୀନ

Published By : Prameya-News7 Bureau | November 22, 2021 IST

କନ୍ଧମାଳ ୨୨/୧୧: ଆଜି କନ୍ଧମାଳ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। କନ୍ଧମାଳ ଜିଲ୍ଲାରେ BSKY ସ୍ମାର୍ଟକାର୍ଡ ବଣ୍ଟନ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ପୂର୍ବାହ୍ନ ୧୧ଟାରେ ହେଲିକପ୍ଟର ଯୋଗେଁ ଫୁଲବାଣୀ ଷ୍ଟାଡିୟମରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ। ସେଠାରେ କନ୍ଧମାଳ ଜିଲ୍ଲାର ହିତାଧିକାରୀଙ୍କୁ BSKY ସ୍ମାର୍ଟ କାର୍ଡ ବଣ୍ଟନ ଶୁଭାରମ୍ଭ ସହ ସମ୍ବୋଧନ କରିବେ।

କନ୍ଧମାଳ ଜିଲ୍ଲାର ୧୨ଟି ବ୍ଲକ ଓ ୩ଟି ପୌରାଞ୍ଚଳରେ ୧ ଲକ୍ଷ ୬୫ ହଜାର ୯୭ ଜଣ ହିତାଧିକାରୀ ସ୍ମାର୍ଟ ସ୍ୱାସ୍ଥ୍ୟସେବା ପାଇବେ। ଏଥିସହ ମୁଖ୍ୟମନ୍ତ୍ରୀ ପ୍ରାୟ ୩୦୦ କୋଟି ଟଙ୍କା ବ୍ୟୟ ଅଟକଳରେ ବିଭିନ୍ନ ପ୍ରକଳ୍ପ ଶିଳାନ୍ୟାସ ଏବଂ ଉଦ୍ ଘାଟନ କରିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଫୁଲବାଣୀ ସହରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସହରରେ ୧୩ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.