ମାଟ୍ରିକ୍ ପରୀକ୍ଷାରେ କୃତକାର୍ଯ୍ୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ଛାତ୍ରଛାତ୍ରୀଙ୍କ ଉଦ୍ୟମ ପ୍ରଶଂସନୀୟ

Published By : Prameya-News7 Bureau | July 06, 2022 IST

ଭୁବନେଶ୍ୱର ୦୬/୦୭: ପ୍ରକାଶ ପାଇଛି ମାଟ୍ରିକ୍ ପରୀକ୍ଷା । ଚଳିତ ବର୍ଷ ଛାତ୍ରଛାତ୍ରୀ ଦେଇଥିଲେ ଅଫଲାଇନ୍ ପରୀକ୍ଷା । ତେବେ ଏଥିରେ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ।

wp:html /wp:html

ପରୀକ୍ଷା ଦେଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କର ଉଦ୍ୟମ ପ୍ରଶଂସନୀୟ । ଆଶାତୀତ ଫଳାଫଳ ପାଇ ନଥିବା ଛାତ୍ରଛାତ୍ରୀ ମାର୍କ ନିର୍ବିଶେଷରେ ସର୍ବଦା ଆଗକୁ ବଢିବାର ଇଚ୍ଛା ନେଇ ଆତ୍ମବିଶ୍ୱାସର ସହ କଠୋର ପରିଶ୍ରମ ଜାରି ରଖନ୍ତୁ ।

ସୂଚନା ଥାଉକି ଆଜି ପ୍ରକାଶ ପାଇଛି ମାଟ୍ରିକ୍ ରେଜଲ୍ଟ । ଚଳିତ ବର୍ଷ ୫ଲକ୍ଷ ୬୮ ହଜାର ୮୧୮ ଜଣ ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫ଲକ୍ଷ ୧୭ ହଜାର ୮୭୪ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି । ବାକି ୮୬୯୯ ଛାତ୍ରାଛାତ୍ରୀ ଫେଲ୍‌ ହୋଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.