୮ ତାରିଖ ବେଳକୁ ଉତ୍ତର ଓଡ଼ିଶାରେ ବଦଳିବ ପାଗ, ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

NEWS7
coach-rahul-dravid-happy-on-middle-order-batting

ଭୁବନେଶ୍ବର: ସମଗ୍ର ରାଜ୍ୟରେ ଆସନ୍ତା ୫ ଦିନ ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ। ହେଲେ ଗରମ ଜାରି ରହିବ। ବର୍ତ୍ତମାନ ଉତ୍ତର ଓଡ଼ିଶାରୋ ତାପମାତ୍ରା ୨ରୁ ୫ ଡିଗ୍ରୀ ଅଧିକ ରହିଛି।କିନ୍ତୁ ୮ ତାରିଖ ବେଳକୁ ଉତ୍ତର ଓଡ଼ିଶାରେ ବଦଳିବ ପାଗ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ତେଣୁ ସର୍ତକ ରହିବାକୁ ସୂଚନା ଦେଇଛି ପାଣିପାଗ ବିଭାଗ।

ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା ଅନୁସାରେ, ୮ ତାରିଖ ପାଇଁ ଜଗତସିଂପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ଵର, କେଉଁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ବିଜୁଳି ଘଡ଼ଘଡ଼ି ସହ ୩୦ ରୁ ୪୯ କିମି ବେଗରେ ପବନ ଓ ବର୍ଷର ସମ୍ଭାବନା ରହିଛି। ସେହିପରି ୯ ତାରିଖ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ଦେଓଗଡ଼, ସୁନ୍ଦରଗଡ଼, ଢେଙ୍କାନାଳ, କେନ୍ଦୁଝର, କଟକ, ଯାଜପୁର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ଵର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୯ କିମି ବେଗରେ ପବନ ଓ ବର୍ଷାର ସମ୍ଭାବନା ଥିବାରୁ ୟୋଲୋ ଓ୍ବାର୍ଣ୍ଣିଂ ଚେତାବନୀ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।