LIVE TV

ମହାପ୍ରଭୁଙ୍କୁ ଅପମାନ : ଶାଢ଼ି ଓ ବ୍ଲାଉଜରେ ତିନି ଠାକୁରଙ୍କ ଚିତ୍ର ଥିବା ଫଟୋ ଭାଇରାଲ୍

NEWS7
coastal-and-northern-odisha-are-reeling-from-the-heat

ପୁରୀ ୧୦: ପୁଣି ମହାପ୍ରଭୁଙ୍କୁ ଅପମାନ ଶାଢ଼ି ଓ ବ୍ଲାଉଜରେ ତିନି ଠାକୁରଙ୍କ ଚିତ୍ର ଦେଖିବାକୁ ମିଳିଛି ଶାଢ଼ି ଓ ବ୍ଲାଉଜରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ଚିତ୍ର ଥିବା ଦେଖିବାକୁ ମିଳିଛି ଜଣେ ମହିଳା ଏହାକୁ ପରିଧାନ କରି ନିଜ ସୋସିଆଲ ମିଡ଼ିଆ ଇନଷ୍ଟାଗ୍ରାମରେ ଅପଲୋଡ଼ କରିଛନ୍ତି ଯାହାକୁ ନେଇ କୋଟି କୋଟି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗକୁ ଆଘାତ ପହଞ୍ଚାଇଛି ସାୟନ୍ତୀ ଘୋଷ୍ ଡିଜାଇନର ଷ୍ଟୁଡିଓ ନାମକ ଏକ ଆଇଡିରେ ଏହା ଅପଲୋଡ ହୋଇଛି ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ଫଟୋ ଚିତ୍ରକୁ ଜଣେ ମହିଳା ଶାଢ଼ିରେ ପରିଧାନ କରିବା ନେଇ ବିଜ୍ଞାପନ ରହିଛି ଶ୍ରୀମନ୍ଦିର ପ୍ରଶାସନ ତୁରନ୍ତ ଏହା ଉପରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ହୋଇଛି ଲୋକଙ୍କ ଧର୍ମୀୟ ଭାବନାକୁ ଆଘାତ ପହଞ୍ଚାଇଥିବାରୁ ସୋସିଆଲ ମିଡିଆରୁ ଏହାକୁ ହଟାଇବାକୁ ଦାବି କରିଛନ୍ତି ଜଗନ୍ନାଥ ପ୍ରେମୀ ଓ ଆଇନଜୀବୀ