ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଏହା ସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତନଠାରୁ ପ୍ରାୟ ୫.୮ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପ୍ତ ରହିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହି ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି।

ସୋମବାର କାଳବୈଶାଖୀ ପ୍ରଭାବରେ ଉତ୍ତର ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୪୦ରୁ ୫୦ କିମି ବେଗରେ ପବନ ବି ବହିପାରେ । ୧୨ ଓ ୧୩ ତାରିଖରେ ମଧ୍ୟ ବିକ୍ଷିପ୍ତ ସ୍ଥାନରେ ବର୍ଷା ହୋଇପାରେ। ଆଜି ରାଜ୍ୟର ସବୁଠି ତାପମାତ୍ରା ୪୦ ଡିଗ୍ରୀ ତଳେ ଥିଲା । ନୂଆପଡ଼ାରେ ସର୍ବାଧିକ ୩୯ ଓ ସୋନପୁରରେ ୩୮.୮ ଡିଗ୍ରୀ ରେକର୍ଡ ହୋଇଥିଲା । ଅପରାହ୍ନରେ ଭୁବନେଶ୍ୱର ସମେତ ଅନେକ ସ୍ଥାନରେ ବର୍ଷା ହୋଇଛି।

also read-ଆସନ୍ତା ୨୪ ଘଣ୍ଟାରେ କାଳବୈଶାଖୀ ପ୍ରକୋପ, ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଲଘୁଚାପ ସୃଷ୍ଟି ହେବା ପରେ ମୌସୁମୀର ଅଗ୍ରଗତି ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ । ରାଜ୍ୟରେ ମେ ମାସ ମଧ୍ୟ ଭାଗରେ କାଳବୈଶାଖୀ, ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ପବନ ଓ ବର୍ଷା ପରିମାଣ ବଢ଼ିପାରେ । ଉପକୂଳ ଜିଲ୍ଲାରେ ସମୁଦ୍ର ଅଶାନ୍ତ ରହିବା ସହ ପବନର ଗତି ବଢ଼ିପାରେ । ପୁଣି ଅସମ୍ଭାଳ ଗୁଳୁଗୁଳି ମଧ୍ୟ ଅନୁଭୂତ ହୋଇପାରେ ବୋଲି ସେ କହିଛନ୍ତି ।