ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସୁଛି ଆଉ ଏକ ଲଘୁଚାପ ! ୮ରୁ ବର୍ଷା ସମ୍ଭାବନା
  • ||
  • ପଦ୍ମପୁର ଉପନିର୍ବାଚନ : ନେତା ବାଛିବେ ଜନତା, ଭୋଟ ଦେବେ ୨ ଲକ୍ଷରୁ ଅଧିକ ଭୋଟର
  • ||

ଜାଡରେ ଥରୁଛି କନ୍ଧମାଳ, ବାଲିଗୁଡା ସମେତ ବିଭିନ୍ନ ଅଞ୍ଚଳରେ ଶୀତର ଲହରୀ

15/12/2021 at 8:14 AM

ବାଲିଗୁଡା ୧୫/୧୨: ବର୍ଷା ପରେ କନ୍ଧମାଳକୁ ପୁଣି ଫେରିଛି ଶୀତ । ବାଲିଗୁଡ଼ା ଅଞ୍ଚଳରେ ଶୀତର ଲହରୀ ଆରମ୍ଭ ହୋଇଯାଇଛି । ବାଲିଗୁଡ଼ା ସମେତ ଦାରିଙ୍ଗବାଡି, କ.ନୁଆଗାଁ, ବେଲଘର, ତୁମୁଡ଼ିବନ୍ଧ, କୋଟଗଡ଼ ଅଞ୍ଚଳରେ ବଢ଼ିଲାଣି ଶୀତ । ସକାଳ ପ୍ରାୟ ୯ଟା ଯାଏଁ ଘନକୁହୁଡ଼ିର ଚାଦର ତଳେ ଘୋଡ଼େଇ ହୋଇ ରହୁଛି ସାରା ଅଞ୍ଚଳ । ଘନ କୁହୁଡି ଯୋଗୁଁ ଯାନବାହାନ ଚଳାଚଳରେ ବାଧା ସୃଷ୍ଟି ହେଉଥିବାରୁ ସତର୍କତା ଅବଲମ୍ବନ କରୁଛନ୍ତି ଚାଳକ ।

ସେପଟେ ନିଜକୁ ଫିଟ୍ ରଖିବା ପାଇଁ ସବୁ ବର୍ଗର ଲୋକେ ସକାଳୁ ସକାଳୁ ମର୍ଣ୍ଣି ଓ୍ବାକ୍,ଯୋଗ, ବ୍ୟାୟାମ କରିବା ପାଇଁ ଜିମ୍ ଓ ଷ୍ଟାଡିୟମରେ ଭିଡ଼ ଜମାଉଥିବା ଦେଖିବାକୁ ମିଳୁଛି । ଏଥିସହିତ ଶୀତୁଆ ସକାଳରେ ଚା ଦୋକାନରେ ଲୋକଙ୍କ ଭିଡ଼ ମଧ୍ୟ ଦେଖିବାକୁ ମିଳୁଛି । ଶୀତ ବଢୁଥିବାରୁ କର୍ମଜୀବି ଓ ଗରିବ ଗୁରୁବା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

ସଞ୍ଜ ନଇଁଲେ ତାପମାତ୍ରା ହ୍ରାସ ପାଉଛି ଶୀତ ଦାଉରୁ ରକ୍ଷାପାଇବା ପାଇଁ ଲୋକେ ନିଆଁ ର ଆଶ୍ରୟ ନେଉଛନ୍ତି ପ୍ରଶାସନ ପକ୍ଷରୁ ଗରିବ ଲୋକଙ୍କୁ ଶୀତ ବସ୍ତ୍ର କମ୍ବଳ ବଣ୍ଟନ କରାଯାଇ ନାହିଁ ଅସହ୍ୟ ଶୀତରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି ସେପଟେ ଶୀତର ମଜା ଉଠାଇବା ପାଇଁ ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡ଼ିକୁ ପର୍ଯ୍ୟଟକଙ୍କ ସୂଅ ଛୁଟିଲାଣି ।

   Related Posts