ଯୁପି ୨୫/୧୧: ଉତ୍ତରପ୍ରଦେଶର ହର୍ଦ୍ଦୋଇରେ ମର୍ମନ୍ତୁଦ ଦୁର୍ଘଟଣା । ସଡ଼କ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୪ ଜଣ ଆହତ ହୋଇଛନ୍ତି । ବୋଲେରୋ ଏବଂ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ପରେ ୫ ଜଣଙ୍କ ମୃତ୍ୟୁ ହୋଇଛି । ମୃତ ସମସ୍ତ ଲୋକ କାରରେ ବିବାହ ଉତ୍ସବ ସାରି ଘରକୁ ଫେରୁଥିଲେ ।
ସୂଚନା ଥାଉକି, ମାଲୱାନ କୋଟୱାଲୀ ଅଞ୍ଚଳର କାଟ୍ରା ବିଲହୌର ରାଜପଥରେ ଏକ ବୋଲେରୋ ଓ ବସ୍ ମୁହାଁମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ପୋଲିସ କହିଛି ଯେ ବୋଲେରୋରେ ଯାତ୍ରା କରୁଥିବା ସମସ୍ତ ଲୋକ ଏକ ବିବାହ ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ।
ସେପଟେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇ ଆହତଙ୍କୁ ତୁରନ୍ତ ଚିକିତ୍ସା ପାଇଁ ବ୍ୟବସ୍ଥା କରିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ଏହା ବ୍ୟତୀତ ଜିଲ୍ଲାର ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିବାକୁ ନିର୍ଦ୍ଦେଶ ଦେଇଛନ୍ତି ।