ଭୁବନେଶ୍ବର: ବହୁ ଚର୍ଚ୍ଚିତ ଚନ୍ଦ୍ରିକା ମୃତ୍ୟୁ ଘଟଣାରେ ପୋଲିସର ଆକ୍ସନ। ଘଟଣାରେ ଚନ୍ଦ୍ରିକାଙ୍କ ବୟଫ୍ରେଣ୍ଡ୍ OAS ଭୀମସେନ ଟୁଡୁଙ୍କୁ ଗିରଫ କଲା କମିଶନରେଟ ପୋଲିସ। ଶୁକ୍ରବାର ପୋଲିସ ଭୀମସେନଙ୍କୁ ମୟୂରଭଞ୍ଜରୁ ଗିରଫ କରିଛି। ଭୀମସେନ ହିଁ ଚନ୍ଦ୍ରିକାଙ୍କ ମୃତ୍ୟୁ ପାଇଁ ଦାୟୀ ବୋଲି ଆରମ୍ଭରୁ ହିଁ ଅଭିଯୋଗ ହୋଇଆସୁଛି।

ସୂଚନାଥାଉକି, ଚଳିତ ମାସ ୪ ତାରିଖରେ କାଠଯୋଡ଼ି ନଦୀରୁ ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତଦେହ ମିଳିଥିଲା। ହେଲେ ପ୍ରେମ ବ୍ୟାପାରକୁ ନେଇ ପୁରୁଷବନ୍ଧୁ ଭୀମସେନ ଜଣେ ଯୁବତୀଙ୍କ ସହ ମିଶି ଚନ୍ଦ୍ରିକାଙ୍କୁ ହତ୍ୟା କରିଥିବା ଚନ୍ଦ୍ରିକାଙ୍କ ପରିବାର ଲୋକ ଅଭିଯୋଗ କରିଥିଲେ । ମାମଲାର ତଦନ୍ତ ବେଳେ ପୋଲିସ ଚନ୍ଦ୍ରିକାଙ୍କ ପୁରୁଷବନ୍ଧୁ ଓ ଚନ୍ଦ୍ରିକାଙ୍କ ମା’ଙ୍କ ମଧ୍ୟରେ କଥାବାର୍ତ୍ତାର ଫୋନ କଲ ଅଡିଓ ପାଇଥିଲା।

Also Read: ପୁରୁଷ ବନ୍ଧୁ ପଛରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରୁଥିଲେ ଚନ୍ଦ୍ରିକା, ଭଉଣୀ କହିଲେ- ନେଇସାରିଛନ୍ତି ୮ ଲକ୍ଷ ଟଙ୍କାର ଗିଫ୍ଟ

ପରିବାର ଲୋକେ ଅଭିଯୋଗ କରିଥିଲେ, ଚନ୍ଦ୍ରିକାଙ୍କ ସହ ଦୀର୍ଘ ଦିନର ପ୍ରେମ ସମ୍ପର୍କ ଭିତରେ ଦ୍ୱିତୀୟ ଯୁବତୀ ଆସିବା ପରେ ଓଏଏସ୍ ତାଲିମ ନେଉଥିବା ପୁରୁଷବନ୍ଧୁ ଭୀମସେନ ମାନସିକ ନିର୍ଯାତନା ଦେଇ ଚନ୍ଦ୍ରିକାଙ୍କୁ ଚାପରେ ରଖିବା ଆରମ୍ଭ କରିଥିଲେ । ଚନ୍ଦ୍ରିକା ଗୋରା ନ ଥିବାରୁ ତାଙ୍କୁ ବାହା ହେବାକୁ ରାଜି ହେଉ ନ ଥିଲେ ପୁରୁଷବନ୍ଧୁ । ଗୋରା ହେବାକୁ କସମେଟିକ ଟ୍ରିଟମେଣ୍ଟ ନେବା ପାଇଁ ଚନ୍ଦ୍ରିକା ସପ୍ତାହରେ ଥରେ ଭୁବନେଶ୍ବର ଆସି ଇଞ୍ଜେକଶନ ନେଉଥିଲେ । ଗୋରା ହେବା ପରେ ତାଙ୍କ ପୁରୁଷବନ୍ଧୁ ବିବାହ ପାଇଁ ରାଜି ହୋଇଯିବେ ବୋଲି ସେ ଭାବୁଥିବା ଚନ୍ଦ୍ରିକାଙ୍କ ମା’ ହିରାମଣି ପୋଲିସକୁ କହିଥିଲେ ।

ତେବେ ପୋଲିସ ମାମଲାକୁ ଗୁରୁତର ସହ ନେଇ ତଦନ୍ତ ଆରମ୍ଭ କରିଥିଲ।ଚନ୍ଦ୍ରିକାଙ୍କ ବୟଫ୍ରେଣ୍ଡଙ୍କୁ ଧରିବା ପାଇଁ ଏକାଧିକ ଟିମ୍ ମଧ୍ୟ ଗଠନ ହୋଇଥିଲା। ଏହାରି ମଧ୍ୟରେ ଗୁରୁବାର ଆସିଥିଲା ଚନ୍ଦ୍ରିକାଙ୍କ ପୋଷ୍ଟମର୍ଟମ ରିପୋର୍ଟ । ଯେଉଁଥିରେ ପ୍ରାଥମିକ ରିପୋର୍ଟରେ ତାଙ୍କୁ ହତ୍ୟା କରାଯାଇନଥିବା ପୋଲିସ ସୂତ୍ରରୁ ଜଣାପଡ଼ିଛି । ନଦୀ ପାଣିରେ ବୁଡ଼ିବା ଅବସ୍ଥାରେ ମୃତଦେହ ମିଳିଥିବାରୁ ଶ୍ୱାସ ରୁଦ୍ଧ ଯୋଗୁ ମୃତ୍ୟୁ ହୋଇଥିବା ପୋଷ୍ଟମର୍ଟମରେ ଥିବା ସୂତ୍ରରୁ ଜଣାପଡ଼ିଛି । ତ୍ରିଶୂଳିଆ ବ୍ରିଜ ଉପରୁ କାଠଯୋଡ଼ି ନଦୀ ତଳକୁ ପଡ଼ିଥିବାରୁ ଡାକ୍ତରୀ ଛାତ୍ରୀ ମୁର୍ମୁଙ୍କ ଛାତୀରେ ଫ୍ୟାକଚର ହୋଇଥିବା ରିପୋର୍ଟରେ ରହିଥିବା ପୋଲିସ ସୂତ୍ରରୁ ଜଣାପଡ଼ିଛି ।

Also Read: ଚନ୍ଦ୍ରିକା ନେଉଥିବା ଇଞ୍ଜେକ୍ସନ ବାବଦରେ ସବୁ ଜାଣିଥିଲେ ପୁରୁଷ ବନ୍ଧୁ, ତେବେ ବାହା ହେବାକୁ କାହିଁକି ମନା କରୁଥିଲେ ?