ଜୟଦେବ ବିହାରରୁ ନାଲକୋ ଛକ ରାସ୍ତାରେ ଗାଡ଼ି ଚଳାଚଳ କଟକଣା, ଜାଣନ୍ତୁ କେଉଁ ରୁଟ୍‌ କରିବେ ଯାତାୟତ

Published By : Prameya-News7 Bureau | June 11, 2024 IST

ଭୁବନେଶ୍ବର ୧୧।୬: ଆସନ୍ତା ୧୨ ତାରିଖରେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ । ଏହି ଦିନ ରାଜଧାନୀ ଭୁବନେଶ୍ବରରେ ରହିବ ଟ୍ରାଫିକ କଟକଣା । ଦିନ ୨ରୁ ସଂଧ୍ୟା ୭ କିମ୍ବା ଶପଥ ସମାରୋହ ସରିବା ଯାଏଁ କଟକଣା ଜାରି ରହିବ । ଜୟଦେବ ବିହାରରୁ ନାଲକୋ ଛକ ଏବଂ ସଂଲଗ୍ନ ଗଳି ରାସ୍ତାରେ ଗାଡ଼ି ଚଳାଚଳ ବାରଣ କରାଯାଇଛି ।


ଏହି ରୁଟ୍ ଦେଇ ଚଳାଚଳ କରିବ ଗାଡିମୋଟର-

ସେପଟେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ କଡ଼ାକଡି ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି କମିଶନରେଟ୍ ପୋଲିସ । ମୋଟ୍ ୬୭ ପ୍ଲାଟୁନ ଫୋର୍ସ ସୁରକ୍ଷା ଦାୟିତ୍ୱରେ ରହିବେ । ଜଣେ ଆଇଜି, ୩ ଜଣ ଡିଆଇଜି, ୧୩ ଜଣ ଏସପି ଓ ଡିସିପି ରାଙ୍କ ଅଫିସର, ୧୮ ଜଣ ଅତିରିକ୍ତ ଏସ୍ପି, ୫୮ ଜଣ ଡ଼ିଏସପି, ୯୪ ଇନ୍ସପେକ୍ଟର ଓ ୩୧୨ ଜଣ ଏସଆଇ ଓ ଏଏସଆଇ, ୨୮ ଜଣ କମାଣ୍ଡାଣ୍ଟ୍ ସୁରକ୍ଷା ଦାୟିତ୍ୱରେ ରହିବେ । ଏଥିପାଇଁ ସୁରକ୍ଷା ବ୍ୟବସ୍ଥାର ରିହରର୍ସଲ କରିଛନ୍ତି ନିଜେ ପୋଲିସ କମିଶନର ସଞ୍ଜୀବ ପଣ୍ଡା । ସଭାସ୍ଥଳକୁ ଆସିବା ପୂର୍ବରୁ କେଉଁ ଗେଟ୍‌ରେ କାହାର ଏଣ୍ଟ୍ରି ହେବ ସେ ନେଇ ସୂଚନା ଦିଆଯାଇଛି । 

ବୁଧବାର ଦିନ ୨ଟା ୧୦ ମିନିଟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ରାଜଭବନ ଯାଇ ସେଠାରେ ୨ ଘଣ୍ଟା ରହିବା ପରେ ୪ଟା ୩୦ ବେଳେ ରାଜଭବନରୁ ବାହାରି ଜନତା ମଇଦାନ ଯିବେ । ସମ୍ପୂର୍ଣ୍ଣ ଜନତା ମେଇଦାନକୁ ସିସିଟିଭି ନଜରରେ ରଖାଯାଇଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଭିଭିଆଇପିଙ୍କ ବିମାନବନ୍ଦରରେ ପହଞ୍ଚିବା ଠାରୁ ହୋଟେଲ୍‌ରେ ରହିବା, ଉତ୍ସବସ୍ଥଳକୁ ଯିବା ଏବଂ ବିମାନବନ୍ଦରକୁ ଫେରିବା ପର୍ଯ୍ୟନ୍ତ ସବୁଠି ପୋଲିସ ଛାଉଣୀ କରାଯିବ । ଟ୍ରାଫିକ୍‌ରେ ସମସ୍ୟା ଦେଖାନଦେବା ପାଇଁ ମଧ୍ୟ ସ୍ବତନ୍ତ୍ର ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି । ଏହି ଶପଥ ଗ୍ରହଣ ଉତ୍ସବରେ ୩୫ ହଜାର ଲୋକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏତେ ବଡ଼ ଆୟୋଜନ ପାଇଁ ସ୍ବତନ୍ତ୍ର ପାର୍କିଂ ବ୍ୟବସ୍ଥା ମଧ୍ୟ କରାଯାଇଛି । ଯେକୌଣସି ପରିସ୍ଥିତିର ସାମ୍ନା କରିବା ପାଇଁ ଅଗ୍ନିଶମ ବିଭାଗ ମଧ୍ୟ ସଜାଗ ରହିଛି । ଟ୍ରାଫିକ ପରିଚାଳନା ପାଇଁ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଛି । ହୋଟେଲ୍‌ ଗୁଡ଼ିକରେ ଯାଞ୍ଚ ପ୍ରକ୍ରିୟାକୁ ଜୋରଦାର କରାଯାଇଛି । 

ସେହିପରି ରାଜଧାନୀରେ ରାତ୍ରିକାଳୀନ ପାଟ୍ରୋଲିଂ ସହ ଚେକିଂ ଓ ବ୍ଲକିଂକୁ କଡ଼ାକଡ଼ି କରାଯାଇଛି। ଜନତା ମଇଦାନରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ଶପଥ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଏହାଛଡ଼ା ବହୁ ଭିଭିଆଇପି, ବିଶିଷ୍ଟ ବ୍ୟକ୍ତି, ଶିଳ୍ପପତି ଯୋଗଦେବେ । ଶପଥ ଗ୍ରହଣ ଉତ୍ସବ ପୂର୍ବରୁ ହୋଟେଲ୍‌ଗୁଡ଼ିକରେ ଭିଭିଆଇପିଙ୍କ ରହଣୀ ବ୍ୟବସ୍ଥା ମଧ୍ୟ ହୋଇଛି ।

You Can Read :

ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ପାଇଁ କଡା ସୁରକ୍ଷା ବ୍ୟବସ୍ଥା, ମୁତୟନ ହେବେ ମୋଟ୍ ୬୭ ପ୍ଲାଟୁନ ଫୋର୍ସ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.