ବଜେଟ୍ ଅଧିବେଶନ: ଅଭିଭାଷଣ ରଖିଲେ ରାଜ୍ୟପାଳ, କହିଲେ ଗ୍ରୋଥ୍ ଇଞ୍ଜିନ୍ ହେବ ଓଡ଼ିଶା'

NEWS7
common-wealth-game-news

ଭୁବନେଶ୍ୱର ୧୭/୦୨: ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ । ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ । ବିକଶିତ ଭାରତର ଓଡ଼ିଶା ହେବ ଗ୍ରୋଥ୍ ଇଞ୍ଜିନ୍ । ୨୦୩୬ରେ ଓଡ଼ିଶା ଗଠନକୁ ଶହେ ବର୍ଷ ପୂରିବ । ସମୃଦ୍ଧ ଓଡ଼ିଶା ଗଠନ ପାଇଁ ମୋ ସରକାର ପ୍ରତିଶ୍ରୁତିବଦ୍ଧ । ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ବରେ କେନ୍ଦ୍ରରୁ ଓଡ଼ିଶାକୁ ବଡ଼ ପ୍ରକଳ୍ପ ମିଳୁଛି ।

ଆତ୍ମନିର୍ଭର ଭାରତରେ ସେମି କଣ୍ଡକ୍ଟର ହବ୍ ହେବ ଓଡ଼ିଶା । ରାଜ୍ୟରେ ରାସ୍ତାର ଆଧୁନିକୀକରଣ କରାଯାଉଛି । ଭିତ୍ତିଭୂମି ସୁଦୃଢ଼ କରିବାକୁ ମୋ ସରକାର ପ୍ରତିଶ୍ରୁତିବଦ୍ଧ । ଏହା ଉଜ୍ଜ୍ବଳ ଓଡ଼ିଶାର ଭବିଷ୍ୟତକୁ ଦର୍ଶାଉଛି ବୋଲି ରାଜ୍ୟପାଳ ସ୍ପଷ୍ଟ କରିଛନ୍ତି । ଜୟଦେବ ବିହାର-ନନ୍ଦନକାନନ ରାସ୍ତା ଫ୍ଲାଏଓଭର ହେବ । ରାମେଶ୍ବର-ପାରାଦୀପ କୋଷ୍ଟାଲ ହାଇୱେକୁ ଅନୁମୋଦନ । ​​​​​​​ରାଜ୍ୟରୁ ଅପପୃଷ୍ଟି ଓ ରକ୍ତହୀନତା ଦୂର କରିବା ଲକ୍ଷ୍ୟ ବୋଲି ରାଜ୍ୟପାଳ ଅଭିଭାଷଣରେ କହିଛନ୍ତି ।

also read..

​​​​​​​ଦିନକ ପରେ ମାଟ୍ରିକ୍ ପରୀକ୍ଷା, କପି ବାହାରିଲେ ଦାୟୀ ରହିବେ ନୀରିକ୍ଷକ ଓ ସୁପରିଟେଣ୍ଡେଣ୍ଟ