ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: କୋର୍ଟରେ ଜଜ୍‌ଙ୍କୁ ଛୁରାମାଡ ଉଦ୍ୟମ, କାବୁ କଲା ପୋଲିସ
  • ||
  • ଭୁବନେଶ୍ୱର: ICMRର ପରାମର୍ଶ, ସାମାନ୍ୟ ଜ୍ୱର ହେଲେ ଖାଅନି ଆଣ୍ଟିବାୟୋଟିକ୍
  • ||
  • ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ଗୃହରେ ହଙ୍ଗାମା, ଗୃହ ମୁଲତବୀ କଲେ ବାଚସ୍ପତି
  • ||
  • ପଦ୍ମପୁରରେ କେନ୍ଦ୍ରୀୟ ଟିମ୍‌ର ରେଡ୍, ୩ ବ୍ୟବସାୟୀଙ୍କ ଘରେ ଚଢାଉ
  • ||

ଦୁର୍ନୀତିଗ୍ରସ୍ତଙ୍କ ଚାକିରୀ ଗଲା : ଆଉ ୪ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

5/10/2021 at 12:45 PM

ଭୁବନେଶ୍ବର ୫।୧୦: ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ । ଆଉ ୪ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏଥିରେ ଦୁଇ ଜଣ ଓଡିଶା ପ୍ରଶାସନିକ ଅଧିକାରୀ ରହିଥିବା ବେଳେ, ଜଣେ ଜିଲ୍ଲା ସବ୍‌ ରେଜିଷ୍ଟ୍ରାର ଓ ଜଣେ ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀ ସମ୍ପଦ ଅଧିକାରୀ ରହିଛନ୍ତି । ସମସ୍ତଙ୍କ ନାଁରେ ଦୁର୍ନୀତି ଅଭିଯୋଗ ରହିଛି ।

ଅନୁଗୋଳର ଡେପୁଟି କଲେକ୍ଟର ଜାନକୀନାଥ ମିଶ୍ରଙ୍କ ବିରୋଧରେ ଦୁଇଟି ଦୁର୍ନୀତି ମାମଲା ରହିଥିବା ବେଳେ, ୯ଟି ବିଭାଗୀୟ ପ୍ରୋସିଡିଙ୍ଗସ କରାଯାଇଛି । ଦୁର୍ନୀତିଗ୍ରସ୍ତ ହେବା ସହିତ କାର୍ଯ୍ୟ କ୍ଷେତ୍ରରେ ତାଙ୍କର ଅପାରଗତା ପ୍ରମାଣିତ ହୋଇଛି। ସେହିପରି ଗଜପତି ଜିଲ୍ଲାର ନୂଆଗଡ ତହସିଲଦାର ଆକୁଳ ମଲ୍ଲିକଙ୍କ ନାଁରେ ଗୋଟିଏ ଦୁର୍ନୀତି ମାମଲା ରହିଥିବା ବେଳେ ତାଙ୍କ ବିରୋଧରେ ଦୁଇଟି ବିଭାଗୀୟ ପ୍ରୋସିଡିଙ୍ଗସ କରାଯାଇଛି।

ସେହିଭଳି ଢେଙ୍କାନାଳର ଜିଲ୍ଲା ସବ୍‌ ରେଜିଷ୍ଟ୍ରାର ଲଲାଟେନ୍ଦୁ ଶତପଥୀଙ୍କ ବିରୋଧରେ ଦୁଇଟି ଦୁର୍ନୀତି ମାମଲା ରହିଛି । ଏହା ସହିତ ଦୁଇଟି ବିଭାଗୀୟ ପ୍ରୋସିଡିଙ୍ଗସ ମଧ୍ୟ ରହିଛି । ସେହିପରି ନୂଆପଡାର ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀ ସମ୍ପଦ ଅଧିକାରୀ ଡଃ ତ୍ରିଲୋଚନ ଧଳଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି । ତାଙ୍କ ନିକଟରେ ବହୁ ପରିମାଣରେ ହିସାବ ବହିର୍ଭୁତ ଟଙ୍କା ମିଳିଥିଲା ଏବଂ ସେଥିପାଇଁ ତାଙ୍କ ବିରୋଧରେ ଦୁର୍ନୀତି ମାମଲା କରାଯାଇଥିଲା ।

ଏହି ୪ ଜଣ ଅଧିକାରୀଙ୍କ ସମେତ ଏପର୍ଯ୍ୟନ୍ତ ୧୨୨ ଜଣଙ୍କୁ ଦୁର୍ନୀତି ଓ ଅପାରଗତା ଅଭିଯୋଗରେ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି ।

   Related Posts