ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସୁଛି ଆଉ ଏକ ଲଘୁଚାପ ! ୮ରୁ ବର୍ଷା ସମ୍ଭାବନା
  • ||
  • ପଦ୍ମପୁର ଉପନିର୍ବାଚନ : ନେତା ବାଛିବେ ଜନତା, ଭୋଟ ଦେବେ ୨ ଲକ୍ଷରୁ ଅଧିକ ଭୋଟର
  • ||

କମୁଛି କରୋନା ସଂକ୍ରମଣ : ଦେଶରେ ୨୪ ଘଣ୍ଟାରେ ବାହାରିଲେ ୪୬୦୦୦ରୁ ଅଧିକ ପଜିଟିଭ୍

28/06/2021 at 9:31 AM

ନୂଆଦିଲ୍ଲୀ, ୨୮/୦୬: ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୯୭୯ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୬୧୪୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୦୦୦ ତଳକୁ ଖସିଛି । ୨୪ ଘଣ୍ଟା ମଧ୍ୟରେ ୯୭୯ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୨ ଲକ୍ଷ  ୭୯ ହଜାର ୩୩୧ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୯୬ ହଜାର ୭୩୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୯୩ ଲକ୍ଷ ୯ ହଜାର ୬୦୭ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୫୭୨୯୯୪।

   Related Posts