ନୂଆଦିଲ୍ଲୀ ୦୧/୧୦: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୭୭ ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୬,୭୨୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୭୭ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୭ ଲକ୍ଷ ୬୬ ହଜାର ୭୦୭ରେ ପହଁଚିଛି ।
wp:html/wp:htmlIndia reports 26,727 new #COVID19 cases, 28,246 recoveries & 277 deaths in last 24 hours, as per Union Health Ministry
— ANI (@ANI) October 1, 2021
Active cases: 2,75,224
Total cases: 3,37,66,707
Total recoveries: 3,30,43,144
Death toll: 4,48,339
Total vaccination: 89,02,08,007 (64,40,451 in last 24 hrs) pic.twitter.com/lFTcgLWgh6
ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୮ ହଜାର ୩୩୯ରେ ପହଞ୍ଚିଛି । ଏବେ ଦେଶରେ ୨୭୫୨୨୪ ସକ୍ରିୟ ମାମଲା ରହିଛି । ସେହିପରି ୩୩୦୪୩୧୪୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।