Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ‘ମାଣ୍ଡସ୍’ ପ୍ରଭାବ, ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା
  • ||
  • ନୟାଗଡ: ଫତେଗଡ ଥାନା ପୋଲିସକୁ ସଫଳତା, ଧରାପଡିଲେ ଦୁଇ ଆନ୍ତରାଜ୍ୟ ଲୁଟେରା
  • ||
  • ଭୁବନେଶ୍ୱର: ରିମାଣ୍ଡର ୬ ଦିନ ପରେ ବି ମୁହଁ ଖୋଲୁନାହାଁନ୍ତି ଅର୍ଚ୍ଚନା, ପଚାରି ପଚାରି ହାଲିଆ ଇଡି
  • ||

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨୪ ହଜାରରୁ ଅଧିକ କରୋନା ପଜିଟିଭ୍, ୨୩୪ ମୃତ

2/10/2021 at 10:01 AM

ନୂଆଦିଲ୍ଲୀ ୦୨/୧୦: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୩୪ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୪୩୫୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୩୪ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୭ ଲକ୍ଷ ୯୧ ହଜାର ୬୧ରେ ପହଁଚିଛି ।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୮ ହଜାର ୫୭୩ରେ ପହଞ୍ଚିଛି । ଏବେ ଦେଶରେ ୨୭୩୮୮୯ ସକ୍ରିୟ ମାମଲା ରହିଛି । ସେହିପରି ୩୩୦୬୮୫୯୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts