ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ମହିଳା ଉଦ୍ୟୋଗୀଙ୍କ ପାଇଁ ହେବ ଶିଳ୍ପ ପାର୍କ, ମେକ୍‌ ଇନ୍‌ ଓଡିଶା କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
  • ||
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨୨ ହଜାରରୁ ଅଧିକ କରୋନା ପଜିଟିଭ୍, ୨୪୪ ମୃତ

3/10/2021 at 9:24 AM

ନୂଆଦିଲ୍ଲୀ ୦୩/୧୦: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୪୪ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୨୮୪୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୪୪ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୮ ଲକ୍ଷ ୧୩ ହଜାର ୯୦୩ରେ ପହଁଚିଛି ।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୮ ହଜାର ୮୧୭ରେ ପହଞ୍ଚିଛି । ଏବେ ଦେଶରେ ୨୭୦୫୫୭ ସକ୍ରିୟ ମାମଲା ରହିଛି । ସେହିପରି ୩୩୦୯୪୫୨୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts