ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶ୍ରୀମନ୍ଦିର ଉପରେ ଡ୍ରୋନ୍‌ ଉଡାଇବା ଘଟଣା : ଅପଲୋଡ ଭିଡିଓ ଡିଲିଟ୍‌ କଲେ ୟୁଟ୍ୟୁବର, ଆଉ ହାତଯୋଡି କ୍ଷମା ବି ମାଗିଲେ…
  • ||
  • ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିକୁ ସବୁ ତଥ୍ୟ ଦେଲା କମିଶନରେଟ୍‌ ପୋଲିସ
  • ||
  • ଧର୍ମଗଡ଼ : ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରୁ ଗ୍ୟାସ୍‌ ଲିକ୍‌, ଯାତାୟତ ବାଧାପ୍ରାପ୍ତ
  • ||

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨୦ ହଜାରରୁ ଅଧିକ କରୋନା ପଜିଟିଭ୍, ୧୮୦ ମୃତ

4/10/2021 at 9:46 AM

ନୂଆଦିଲ୍ଲୀ ୦୪/୧୦: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୮୦ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୦୭୯୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୮୦ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୮ ଲକ୍ଷ ୩୪ ହଜାର ୭୦୨ରେ ପହଁଚିଛି ।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୮ ହଜାର ୯୯୭ରେ ପହଞ୍ଚିଛି । ଏବେ ଦେଶରେ ୨୬୪୪୫୮ ସକ୍ରିୟ ମାମଲା ରହିଛି । ସେହିପରି ୩୩୧୨୧୨୪୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts