ଉପରତଳ ହେଉଛି କରୋନା ଗ୍ରାଫ : ୨୪ ଘଣ୍ଟାରେ ବାହାରିଲେ ୭୪୫ କୋଭିଡ୍ ପଜିଟିଭ୍
10/09/2021 at 9:43 AM

ଭୁବନେଶ୍ୱର ୧୦।୦୯ : ଅଗଷ୍ଟ ପରେ ସେପ୍ଟେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୪୩୩୮ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୫ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୩୧୦ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୧୯ ଜଣ ପଜିଟିଭ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୦ଜଣ, ବାଲେଶ୍ୱର ଜିଲ୍ଲାରୁ ୩୨ଜଣ, ବରଗଡ଼ ଜିଲ୍ଲାରୁ ୧୧ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୧୨୦ଜଣ, ଦେଓଗଡ଼ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୮ଜଣ, ଯାଜପୁର ଜିଲ୍ଲାରୁ ୨୭ଜଣ, କନ୍ଧମାଳରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୯୭ଜଣ, କୋରାପୁଟ ଜିଲ୍ଲାରୁ ୧ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୩୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୧୧ଜଣ, ନୂଆପଡ଼ା ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ୧୭ ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୪ଜଣ, ଷ୍ଟେଟ ପୁଲ୍ରୁ ୭୨ଜଣ ରହିଛନ୍ତି ।
Covid-19 Report For 9th September
— I & PR Department, Odisha (@IPR_Odisha) September 10, 2021
New Positive Cases: 745
Of which 0-18 years: 119
In quarantine: 435
Local contacts: 310
(Details of local contacts will be shared by concerned Dist Administration)
District Wise Cases:
1. Angul: 10
2. Balasore: 32
3. Bargarh: 11
4. Bhadrak: 9
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୫୦୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦୮୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୯୯୮୫୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୭୩୦୧୮୦ସାମ୍ପୁଲ ଟେଷ୍ଟ୍ ହୋଇଛି ।