୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୫୪ କରୋନା ସଂକ୍ରମିତ, ୧୦୫୨୪୭୨ରେ ପହଞ୍ଚିଲା ସଂଖ୍ୟା

Published By : Prameya-News7 Bureau | December 17, 2021 IST

ଭୁବନେଶ୍ୱର ୧୭।୧୨ : ଗତ ୨୪ ଘଣ୍ଟା ମଧ୍ୟରେ ୧୫୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୨୪୭୨ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୩ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୬ ଜଣ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୭୯ ଜଣ, କଟକରୁ ୨୦ ଜଣ, ଦେବଗଡ଼ରୁ ୭ ଜଣ,ଗଞ୍ଜାମ ଓ ମୟୂରଭଞ୍ଜରୁ ୪ ଜଣ ଲେଖାଁଏ, ଭଦ୍ରକ ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଁଏ, ଢ଼େଙ୍କାନାଳ, ଜଗତସିଂହପୁର, ଯାଜପୁର, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଁଏ, ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି, ନୟାଗଡ଼ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୧୯ ଜଣ ଆକ୍ରାନ୍ତ ରହିଛନ୍ତି।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୨୪୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୭୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୨୦୦୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୭୦୮୧୩୧ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.