oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇରାନ ବିମାନରେ ବୋମା ଆତଙ୍କ ପରେ ହାଇଆଲର୍ଟ, ଦିଲ୍ଲୀରେ ଅବତରଣ ଲାଗି ମିଳିଲାନି ଅନୁମତି
  • ||
  • ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ, ଅକ୍ଟୋବର ୭ରେ ପ୍ରକାଶ ପାଇବ ବିଜ୍ଞପ୍ତି
  • ||
  • ଉତ୍ତରପ୍ରଦେଶ: ଦୁର୍ଗାପୂଜା ପେଣ୍ଡାଲରେ ଲାଗିଲା ନିଆଁ, ୫ ମୃତ ଓ ଅନେକ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୭ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ମଣ୍ଡପରେ ପୂଜା ପାଉଛନ୍ତି ଦୁର୍ଗତିନାଶିନୀ, ପୀଠରେ ମହାନବମୀ ପୂଜା
  • ||
  • ଭୁବନେଶ୍ୱର : ସୋମବାରଠୁ ପ୍ରବଳ ବର୍ଷା, ୮ ପରେ ପୁଣି ଏକ ଘୂର୍ଣ୍ଣିବଳୟ
  • ||
  • ବରଗଡ଼ : ପଦ୍ମପୁର ବିଧାୟକଙ୍କ ପରଲୋକ, ୬୪ ବର୍ଷରେ ଆଖିବୁଜିଲେ ବିଜୟ ରଞ୍ଜନ ସିଂ ବରିହା
  • ||

ରାଜ୍ୟରେ ଚିହ୍ନଟ ହେଲେ ୧୬୪୩ କରୋନା ଆକ୍ରାନ୍ତ, ୪୪ହଜାର ଟପିଲା ସଂକ୍ରମିତଙ୍କ ସଂଖ୍ୟା

8/08/2020 at 11:22 AM

ଭୁବନେଶ୍ୱର ୦୮।୦୮: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୬୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୪୧୯୩ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୧୮ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୨୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୬ଜଣ, ବାଲେଶ୍ୱର ଜିଲ୍ଲାରୁ ୭୩ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୩ଜଣ, ବୌଦ୍ଧ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୯୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୬ଜଣ, ଗଜପତି ଜିଲ୍ଲାରୁ ୩୫ଜଣ, ଗଞ୍ଜାମ ଜିଲ୍ଲାରୁ ୨୭୪ଝଣ, ଜଗତସିଂହପୁର ଜିଲ୍ଲାରୁ ୨୧ଜଣ, ଯାଜପୁର ଜିଲ୍ଲାରୁ ୩୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩୦ଜଣ, କନ୍ଧମାଳ ଜିଲ୍ଲାରୁ ୫୨ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୪ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୭୪ଜଣ, କୋରାପୁଟ ଜିଲ୍ଲାରୁ ୫୦ଜଣ, ମାଲକାନଗିରି ଜିଲ୍ଲାରୁ ୨୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୫ଜଣ, ନୟାଗଡ ଜିଲ୍ଲାରୁ ୪୦ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୯୨ଜଣ, ରାୟଗଡ଼ା ଜିଲ୍ଲାରୁ ୧୩୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧୮ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୪୧୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୧୮୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୬୪୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୩୪୦୯୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts