ଭୁବନେଶ୍ୱର ୨୬।୮: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୩୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଭୁବନେଶ୍ୱରରୁ ୩୩୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮୨୬୧ରେ ପହଁଚିଛନ୍ତି । ବୁଧବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୩୯ ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ହେଉଛନ୍ତି ୧୯୧ । ଏହାସହ ୧୮୫ଜଣ ଆରୋଗ୍ୟ ଲାଭ କରିଛନ୍ତି ।
wp:html/wp:htmlUpdate on newly detected & cured #COVID19 cases in the last 24 hrs under the BMC area on 26th Aug 2020(till 9am).
— BMC (@bmcbbsr) August 26, 2020
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/uAyEO4eYFm
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୭୬୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୭୬୩୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୫୯୪୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୪୨୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୪୮୫୧୬୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।