ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୬ କରୋନା ସଂକ୍ରମିତ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୧୧୮୯

Published By : Prameya-News7 Bureau | May 22, 2020 IST

ଭୁବନେଶ୍ବର ୨୨।୫ : ରାଜ୍ୟରେ ଥମିବାର ନାଁ ନେଉନି କରୋନା । ଦିନକୁ ଦିନ ବଢି ବଢି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ଶୁକ୍ରବାର ରାଜ୍ୟରେ ଆଉ ୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୮୯ ଛୁଇଁଲାଣି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି ।

{"id":273917,"sizeSlug":"large"}

ଶୁକ୍ରବାର ଚିହ୍ନଟ ହୋଇଥିବା ୮୬ ସଂକ୍ରମିତଙ୍କ ମଧ୍ୟରୁ ଯାଜପୁର ଜିଲ୍ଲାରୁ ସର୍ବାଧିକ ୪୬ ଜଣ, କଟକ ଜିଲ୍ଲାରୁ ୧୧ ଜଣ, ନୟାଗଡ ଜିଲ୍ଲାରୁ ୬ ଜଣ, ଗଞ୍ଜାମ ଜିଲ୍ଲାରୁ ୫ ଜଣ, ବାଲେଶ୍ବର ଜିଲ୍ଲାରୁ ୩ ଜଣ, ଭଦ୍ରକ ଜିଲ୍ଲାରୁ ୩ ଜଣ, କେନ୍ଦୁଝର ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ପୁରୀ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ ଜଣ ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ରହିଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୮୦ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ କଣ୍ଟେନମେଣ୍ଟ ଜୋନ୍‌ରୁ ଜଣେ ରହିଛନ୍ତି । ସେହିପରି ୫ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।

{"id":273920,"sizeSlug":"large"}

ଗୁରୁବାର ରାଜ୍ୟରେ ୫୧ ସଂକ୍ରମିତ ଚିହ୍ନଟ ହୋଇଥିଲେ । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଯାଜପୁର ଜିଲ୍ଲାରୁ ୫ ଜଣ, କଟକ ଜିଲ୍ଲାରୁ ୯ ଜଣ, ପୁରୀ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୨ ଜଣ, ନୟାଗଡ ଜିଲ୍ଲାରୁ ୧୧ ଜଣ, ଅନୁଗୋଳ ଜିଲ୍ଲାରୁ ୨ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ ଜଣ, ସମ୍ବଲପୁର ଜିଲ୍ଲାରୁ ୨ ଜଣ ଏବଂ ମାଲକାନଗିରି ଜିଲ୍ଲାରୁ ଜଣେ ରହିଥିଲେ ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୮୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୩୯୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.