ନୂଆଦିଲ୍ଲୀ ୧୮/୧୨: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ତଳକୁ ଖସିଛି ।
wp:html/wp:htmlIndia reports 7,145 new #COVID19 cases, 8,706 recoveries, and 289 deaths in the last 24 hours.
— ANI (@ANI) December 18, 2021
Active cases: 84,565 (lowest in 569 days)
Total recoveries: 3,41,71,471
Death toll: 4,77,158
Total Vaccination: 1,36,66,05,173 pic.twitter.com/U6UUZhY7E6
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୮୯ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୭୧୪୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି ।
ଏବେସୁଦ୍ଧା ଦେଶରେ ପ୍ରାୟ ୩୪ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୮୪୫୬୫ ସକ୍ରିୟ ମାମଲା ରହିଛି ଏବଂ ୩୪୧୭୧୪୭୧ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୪୭୭୧୫୮ ସଂକ୍ରମିତ ପ୍ରାଣ ହରାଇଛନ୍ତି ।